
ଭୁବନେଶ୍ୱର, ୧୬ ଏପ୍ରିଲ (ହି.ସ) - ଜିଲ୍ଳାପାଳଙ୍କ ରିପୋର୍ଟ ଆଧାରରେ ଖରା ଛୁଟି ନିଷ୍ପତି ନିଆଯିବ ବୋଲି କହିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ସେ କହିଛନ୍ତି ଯେ ଜିଲ୍ଳାପାଳଙ୍କ ରିପୋର୍ଟ ଆଧାରରେ ଛୁଟି ନିଷ୍ପତି ନିଆଯିବ। ଯେଉଁ ଜିଲ୍ଲାରେ ଅସହ୍ୟ ଗରମ ସେହି ଜିଲ୍ଲାପାଳଙ୍କ ରିପୋର୍ଟ ଆଧାରରେ ନିଷ୍ପତି ହେବ। ପିଲାମାନଙ୍କ ସୁରକ୍ଷାକୁ ସବୁଠାରୁ ଅଧିକ ଗୁରୁତ୍ୱ ଦେଉଛୁ। ପଶ୍ଚିମ ଓଡ଼ିଶାର କିଛି ସ୍ଥାନରେ ପ୍ରବଳ ଗରମ ହେଉଛି,। ତେଣୁ ଛୁଟି କରିବାକୁ ବିଚାର କରାଯାଉଛି। ତେବେ ଏସଆରସିଙ୍କ ହିଟ୍ ୱେଭ୍ ସମୀକ୍ଷା ପରେ ହିଁ ଖରାଛୁଟି ନିଷ୍ପତି ନିଆଯିବ ବୋଲି କହିଛନ୍ତି ମନ୍ତ୍ରୀ ।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା