ଦ୍ୱନ୍ଦ୍ୱ ତିଆରି କରିବା ନବୀନଙ୍କୁ ଶୋଭା ଦେଉନି - ଆଇନ ମନ୍ତ୍ରୀ
ଭୁବନେଶ୍ୱର, ୧୬ ଏପ୍ରିଲ (ହି.ସ)- ସୀମା ପୁନଃ ନିର୍ଦ୍ଧାରଣ ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ନବୀନଙ୍କ ଚିଠି ପ୍ରସଙ୍ଗରେ ବର୍ଷିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ଆଇନ ମନ୍ତ୍ରୀ କହିଛନ୍ତି, ସୀମା ପୁନଃ ନିର୍ଦ୍ଧାରଣ ନେଇ ଦ୍ୱନ୍ଦ୍ୱ ତିଆରି କରିବାର ପରିକଳ୍ପନା ନବୀନଙ୍କ ଭଳି ବରିଷ୍ଠ ନେତାଙ୍
prithiviraj harichandan


ଭୁବନେଶ୍ୱର, ୧୬ ଏପ୍ରିଲ (ହି.ସ)- ସୀମା ପୁନଃ ନିର୍ଦ୍ଧାରଣ ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ନବୀନଙ୍କ ଚିଠି ପ୍ରସଙ୍ଗରେ ବର୍ଷିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ଆଇନ ମନ୍ତ୍ରୀ କହିଛନ୍ତି, ସୀମା ପୁନଃ ନିର୍ଦ୍ଧାରଣ ନେଇ ଦ୍ୱନ୍ଦ୍ୱ ତିଆରି କରିବାର ପରିକଳ୍ପନା ନବୀନଙ୍କ ଭଳି ବରିଷ୍ଠ ନେତାଙ୍କୁ ଶୋଭା ଦେଉନି। ପରୋକ୍ଷ ଭାବେ ଏହାକୁ ବିରୋଧ କରିବା, ଅଟକାଇବା ମାନସିକତା ନବୀନ ଛାଡ଼ନ୍ତୁ।

ସେ ଆହୁରି କହିଛନ୍ତି ଯେ କେନ୍ଦ୍ର ସରକାର ଐତିହାସିକ ନିଷ୍ପତି ନେବାକୁ ଯାଉଛନ୍ତି। କିନ୍ତୁ ଆସନ କେତେ ବଢିବ ସେନେଇ ଦ୍ୱନ୍ଦ୍ୱ କରିବା ଠିକ ନୁହେଁ। ସୀମା ପୁନଃ ନିର୍ଦ୍ଧାରଣ ହୋଇ ସିଟ ସଂଖ୍ୟା ବଢ଼ିଲେ ଗଣତନ୍ତ୍ର ପାଇଁ ଶୁଭଙ୍କର। କିନ୍ତୁ ତାକୁ ବିରୋଧ କରି ସ୍ୱତନ୍ତ୍ର ଅଧିବେଶନ ଜିଦ୍ କରିବା ପରୋକ୍ଷ ଭାବେ ମହିଳା ସଂରକ୍ଷଣକୁ ବିରୋଧ କରିବାକୁ ବିଜେଡିର ନୂଆ ଯୋଜନା ବୋଲି କହିଛନ୍ତି ଆଇନ ମନ୍ତ୍ରୀ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande