
ଭୁବନେଶ୍ୱର, ୧୭ ଏପ୍ରିଲ (ହି.ସ.)- ରାସଗୋବିନ୍ଦପୁର କାକବନ୍ଧ ଆଶ୍ରମ ସ୍କୁଲରେ ଛାତ୍ରଛାତ୍ରୀ ମାନେ ଅସୁସ୍ଥ ହେବା ଏବଂ ଚିକିତ୍ସାଧୀନ ଅବସ୍ଥାରେ ଜଣେ ଛାତ୍ରୀ ମୃତ୍ୟୁବରଣ କରିବା ଘଟଣାକୁ ନେଇ ଶୁକ୍ରବାର ଦିନ ମୟୂରଭଞ୍ଜ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଏକ ଜରୁରୀକାଳୀନ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ଯୋଗଦେଇ ଏହି ଘଟଣାର ପୁଙ୍ଖାନୁପୁଙ୍ଖ ଭାବେ ତଦନ୍ତ କରିବା ସହ ଦୋଷୀଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ସମ୍ପୃକ୍ତ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏହାସହିତ ଚିକିତ୍ସିତ ହେଉଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ଯେପରି ସର୍ବୋତମ ଚିକିତ୍ସା ସୁବିଧା ଯୋଗାଇ ଦିଆ ଯାଇପାରିବ, ସେଥିପ୍ରତି ବିଶେଷ ଦୃଷ୍ଟି ଦେବାକୁ ମଧ୍ୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା