ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୭ ଦିନ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ : ଆଗାମୀ ୨୪ ଘଂଟା ପାଇଁ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୧୮ ଅପ୍ରେଲ (ହି.ସ.)- ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୭ ଦିନ ଅର୍ଥାତ୍ ଆସନ୍ତା ୨୫ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣ
ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୭ ଦିନ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ : ଆଗାମୀ ୨୪ ଘଂଟା ପାଇଁ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୧୮ ଅପ୍ରେଲ (ହି.ସ.)- ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୭ ଦିନ ଅର୍ଥାତ୍ ଆସନ୍ତା ୨୫ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି । ଚେତାବନୀ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।

ସେହିପରି ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ୧୯ ତାରିଖ ସକାଳ ଠାରୁ ୨୦ ତାରିଖ ସକାଳ ସୁଦ୍ଧା ୪ ଜିଲ୍ଲା, ୨୦ ତାରିଖ ସକାଳ ଠାରୁ ୨୧ ତାରିଖ ସକାଳ ସୁଦ୍ଧା ୬ ଜିଲ୍ଲା, ୨୧ ତାରିଖ ସକାଳ ଠାରୁ ୨୨ ତାରିଖ ସକାଳ ସୁଦ୍ଧା ୨ ଜିଲ୍ଲା, ୨୨ ତାରିଖ ସକାଳ ଠାରୁ ୨୩ ତାରିଖ ସକାଳ ସୁଦ୍ଧା ୨ ଜିଲ୍ଲା, ୨୩ ତାରିଖ ସକାଳ ଠାରୁ ୨୪ ତାରିଖ ସକାଳ ସୁଦ୍ଧା ୨ ଜିଲ୍ଲା ଏବଂ ୨୪ ତାରିଖ ସକାଳ ଠାରୁ ୨୫ ତାରିଖ ସକାଳ ସୁଦ୍ଧା ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande