
ଭୁବନେଶ୍ୱର, ୧୮ ଅପ୍ରେଲ (ହି.ସ.)- ହିଟ୍ ୱେଭ୍ (ଗ୍ରୀଷ୍ମ ପ୍ରବାହ) ନେଇ ୧୯ ତାରିଖ ସକାଳ ଠାରୁ ୨୩ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ହିଟ୍ ୱେଭ୍ ନେଇ ୧୯ ତାରିଖ ସକାଳ ଠାରୁ ୨୦ ତାରିଖ ସକାଳ ପର୍ଯ୍ୟନ୍ତ ୫ ଜିଲ୍ଲା(ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବଲାଙ୍ଗିର, ନୂଆପଡା)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ସେହିପରି ହିଟ୍ ୱେଭ୍ ନେଇ ୨୦ ତାରିଖ ସକାଳ ଠାରୁ ୨୧ ତାରିଖ ସକାଳ ସୁଦ୍ଧା ୬ ଜିଲ୍ଲା, ୨୧ ତାରିଖ ସକାଳ ଠାରୁ ୨୨ ତାରିଖ ସକାଳ ସୁଦ୍ଧା ୮ ଜିଲ୍ଲା, ୨୨ ତାରିଖ ସକାଳ ଠାରୁ ୨୩ ତାରିଖ ସକାଳ ସୁଦ୍ଧା ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ