
ଭୁବନେଶ୍ୱର, ୧୮ ଅପ୍ରେଲ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ଗଞ୍ଜାମ ଜିଲ୍ଲାର ଭଞ୍ଜନଗରରେ ସର୍ବାଧିକ ୨୫.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି ।
ସେହିପରି ଗଜପତି ଜିଲ୍ଲାର ମହେନ୍ଦ୍ରଗଡ଼ରେ ୯.୬ ମି.ମି., ଗଞ୍ଜାମ ଜିଲ୍ଲାର ମାଧବରିଡାରେ ୭.୪ ମି.ମି., ଦେବଗଡ଼ ଜିଲ୍ଲାର ବାରକୋଟରେ ୩.୬ ମି.ମି., ଗଜପତି ଜିଲ୍ଲାର ଆର. ଉଦୟଗିରିରେ ୩.୨ ମି.ମି., ଗଞ୍ଜାମ ଜିଲ୍ଲାର ପାତ୍ରପୁରରେ ୩.୦ ମି.ମି., ଗଜପତି ଜିଲ୍ଲାର ମୋହନାରେ ୨.୪ ମି.ମି., ଗଞ୍ଜାମ ଜିଲ୍ଲାର ବୁଗୁଡ଼ାରେ ୧.୦ ମି.ମି. ଏବଂ କୋଦଳାରେ ୦.୮ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ