ଝାରସୁଗୁଡ଼ାରେ ୨୦ରୁ ୨୩ ତାରିଖ ପର୍ଯ୍ୟନ୍ତ ସ୍କୁଲ ଛୁଟି ଘୋଷଣା
ଝାରସୁଗୁଡ଼ା, ୧୮ ଏପ୍ରିଲ୍ (ହି.ସ.)- ରାଜ୍ୟରେ ଜାରି ରହିଥିବା ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ଗରମକୁ ଦୃଷ୍ଟିରେ ରଖି ଝାରସୁଗୁଡ଼ା ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାପାଳ କୁଣାଲ ମୋତିରାମ ଚହ୍ବାଣଙ୍କ ନିର୍ଦ୍ଦେଶକ୍ରମେ ଜିଲ୍ଲାର ସମସ୍ତ ବିଦ୍ୟାଳୟକୁ ୪ ଦିନ ପାଇଁ ବନ୍ଦ ରଖିବାକୁ ଘୋଷଣା କରାଯାଇଛି। ଶିଶ
ଝାରସୁଗୁଡ଼ାରେ ୨୦ରୁ ୨୩ ତାରିଖ ପର୍ଯ୍ୟନ୍ତ ସ୍କୁଲ ଛୁଟି ଘୋଷଣା


ଝାରସୁଗୁଡ଼ା, ୧୮ ଏପ୍ରିଲ୍ (ହି.ସ.)- ରାଜ୍ୟରେ ଜାରି ରହିଥିବା ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ଗରମକୁ ଦୃଷ୍ଟିରେ ରଖି ଝାରସୁଗୁଡ଼ା ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାପାଳ କୁଣାଲ ମୋତିରାମ ଚହ୍ବାଣଙ୍କ ନିର୍ଦ୍ଦେଶକ୍ରମେ ଜିଲ୍ଲାର ସମସ୍ତ ବିଦ୍ୟାଳୟକୁ ୪ ଦିନ ପାଇଁ ବନ୍ଦ ରଖିବାକୁ ଘୋଷଣା କରାଯାଇଛି। ଶିଶୁ ବାଟିକା ଠାରୁ ଆରମ୍ଭ କରି ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ପାଇଁ ଏହି ନିୟମ ଲାଗୁ ହେବ। ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ହୋଇଥିବା ସରକାରୀ ନିର୍ଦ୍ଦେଶନାମା ଅନୁଯାୟୀ, ଆସନ୍ତା ୨୦ ତାରିଖ ଠାରୁ ୨୩ ତାରିଖ ପର୍ଯ୍ୟନ୍ତ ସମସ୍ତ ସ୍କୁଲ ବନ୍ଦ ରହିବ। ଖରା ସମୟରେ କୋମଳମତି ଛାତ୍ରଛାତ୍ରୀମାନଙ୍କ ସ୍ୱାସ୍ଥ୍ୟ ଏବଂ ସୁରକ୍ଷାକୁ ପ୍ରାଥମିକତା ଦେଇ ଜିଲ୍ଲାପାଳ ଏହି ପ୍ରତିଷେଧକମୂଳକ ପଦକ୍ଷେପ ଗ୍ରହଣ କରିଛନ୍ତି। ଏହି ନିର୍ଦ୍ଦେଶକୁ କଡ଼ାକଡ଼ି ଭାବେ ପାଳନ କରିବା ପାଇଁ ସମସ୍ତ ବ୍ଲକ ଶିକ୍ଷା ଅଧିକାରୀ, ବିଦ୍ୟାଳୟର ପ୍ରଧାନଶିକ୍ଷକ ଓ ଶିକ୍ଷୟିତ୍ରୀମାନଙ୍କୁ ଅବଗତ କରାଯାଇଛି।

ହିନ୍ଦୁସ୍ଥାନ ସମାଚାର / ସଞ୍ଜୟ


 rajesh pande