ଖୋର୍ଦ୍ଧା ଜିଲ୍ଲାରେ ୨୦ରୁ ୨୩ ପର୍ଯ୍ୟନ୍ତ ସ୍କୁଲ ଓ ଅଙ୍ଗନବାଡ଼ି ଛୁଟି ଘୋଷଣା
ଖୋର୍ଦ୍ଧା, ୧୯ ଏପ୍ରିଲ୍(ହି.ସ.) – ଖୋର୍ଦ୍ଧା ଜିଲାରେ ସମସ୍ତ ସ୍କୁଲ ଓ ଅଙ୍ଗନୱାଡ଼ି କେନ୍ଦ୍ରକୁ ଛୁଟି ଘୋଷଣା କରାଯାଇଛି। ଅସହ୍ୟ ଖରାକୁ ଦୃଷ୍ଟିରେ ରଖି ଆସନ୍ତା ୨୦ରୁ ୨୩ ପର୍ଯ୍ୟନ୍ତ ଛୁଟି ଘୋଷଣା କରିଛନ୍ତି ଖୋର୍ଦ୍ଧା ଜିଲାପାଳ ଅମ୍ରିତ ଋତୁରାଜ। ଜିଲାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ବନ୍ଦ ରଖିବ
ସ୍କୁଲ


ଖୋର୍ଦ୍ଧା, ୧୯ ଏପ୍ରିଲ୍(ହି.ସ.) – ଖୋର୍ଦ୍ଧା ଜିଲାରେ ସମସ୍ତ ସ୍କୁଲ ଓ ଅଙ୍ଗନୱାଡ଼ି କେନ୍ଦ୍ରକୁ ଛୁଟି ଘୋଷଣା କରାଯାଇଛି। ଅସହ୍ୟ ଖରାକୁ ଦୃଷ୍ଟିରେ ରଖି ଆସନ୍ତା ୨୦ରୁ ୨୩ ପର୍ଯ୍ୟନ୍ତ ଛୁଟି ଘୋଷଣା କରିଛନ୍ତି ଖୋର୍ଦ୍ଧା ଜିଲାପାଳ ଅମ୍ରିତ ଋତୁରାଜ। ଜିଲାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ବନ୍ଦ ରଖିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି।ଜିଲାରେ ଜାରି ପ୍ରବଳ ଗ୍ରୀଷ୍ମ ପ୍ରବାହ ଏବଂ ଗୁଳୁଗୁଳିକୁ ଦୃଷ୍ଟିରେ ରଖି ଛାତ୍ରଛତ୍ରୀଙ୍କ ସୁରକ୍ଷା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଏହି ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଥିବା ଜିଲାପାଳ କହିଛନ୍ତି। ଛାତ୍ରଛତ୍ରୀଙ୍କ ସ୍ୱାସ୍ଥ୍ୟ ଏବଂ ନିରାପତା ଆମ ପାଇଁ ପ୍ରାଥମିକତା। ପରବର୍ତୀ ସମୟରେ ପାଣିପାଗ ସ୍ଥିତିକୁ ସମୀକ୍ଷା କରାଯାଇ ଆଗାମୀ ନିଷ୍ପତି ନିଆଯିବ ବୋଲି ଜିଲାପାଳ କହିଛନ୍ତି।

.......................................

ହିନ୍ଦୁସ୍ଥାନ ସମାଚାର / ରାକେଶ


 rajesh pande