୨୧ ତାରିଖ ସକାଳ ଠାରୁ ୨୪ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ହିଟ୍ ୱେଭ୍ ଚେତାବନୀ
ଭୁବନେଶ୍ୱର, ୧୯ ଅପ୍ରେଲ (ହି.ସ.)- ହିଟ୍ ୱେଭ୍ (ଗ୍ରୀଷ୍ମ ପ୍ରବାହ) ନେଇ ୨୧ ତାରିଖ ସକାଳ ଠାରୁ ୨୪ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ହିଟ୍ ୱେଭ୍ ନେଇ ୨୧ ତାରିଖ ସକାଳ ଠାରୁ ୨୨ ତାରିଖ ସକାଳ ପର୍ଯ୍ୟନ୍ତ ୪ ଜିଲ୍ଲା(ସୁନ୍ଦରଗଡ଼, ଝାରସୁଗୁଡ଼ା,
୨୧ ତାରିଖ ସକାଳ ଠାରୁ ୨୪ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ହିଟ୍ ୱେଭ୍ ଚେତାବନୀ


ଭୁବନେଶ୍ୱର, ୧୯ ଅପ୍ରେଲ (ହି.ସ.)- ହିଟ୍ ୱେଭ୍ (ଗ୍ରୀଷ୍ମ ପ୍ରବାହ) ନେଇ ୨୧ ତାରିଖ ସକାଳ ଠାରୁ ୨୪ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

ହିଟ୍ ୱେଭ୍ ନେଇ ୨୧ ତାରିଖ ସକାଳ ଠାରୁ ୨୨ ତାରିଖ ସକାଳ ପର୍ଯ୍ୟନ୍ତ ୪ ଜିଲ୍ଲା(ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବଲାଙ୍ଗିର)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ସେହିପରି ହିଟ୍ ୱେଭ୍ ନେଇ ୨୨ ତାରିଖ ସକାଳ ଠାରୁ ୨୩ ତାରିଖ ସକାଳ ସୁଦ୍ଧା ୪ ଜିଲ୍ଲା ଏବଂ ୨୩ ତାରିଖ ସକାଳ ଠାରୁ ୨୪ ତାରିଖ ସକାଳ ସୁଦ୍ଧା ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande