ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା : ଗଜପତି ଜିଲ୍ଲାର ଆର.ଉଦୟଗିରିରେ ସର୍ବାଧିକ ୧୬.୩ ମି.ମି. ବର୍ଷା ରେକର୍ଡ଼
ଭୁବନେଶ୍ୱର, ୧୯ ଅପ୍ରେଲ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ଗଜପତି ଜିଲ୍ଲାର ଆର.ଉଦୟଗିରିରେ ସର୍ବାଧିକ ୧୬.୩ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି କେନ୍ଦୁଝର ଜିଲ୍ଲାର ବାଂଶପାଳରେ ୧୩.୧ ମି.ମି., ନବରଙ୍ଗପୁର ଜିଲ୍ଲାର ଝରିଗାଁରେ
ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା : ଗଜପତି ଜିଲ୍ଲାର ଆର.ଉଦୟଗିରିରେ ସର୍ବାଧିକ ୧୬.୩ ମି.ମି. ବର୍ଷା ରେକର୍ଡ଼


ଭୁବନେଶ୍ୱର, ୧୯ ଅପ୍ରେଲ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ଗଜପତି ଜିଲ୍ଲାର ଆର.ଉଦୟଗିରିରେ ସର୍ବାଧିକ ୧୬.୩ ମି.ମି. ବର୍ଷା ରେକର୍ଡ଼ ହୋଇଛି ।

ସେହିପରି କେନ୍ଦୁଝର ଜିଲ୍ଲାର ବାଂଶପାଳରେ ୧୩.୧ ମି.ମି., ନବରଙ୍ଗପୁର ଜିଲ୍ଲାର ଝରିଗାଁରେ ୧୨.୪ ମି.ମି., କନ୍ଧମାଳ ଜିଲ୍ଲାର ଜି.ଉଦୟଗିରିରେ ୫.୬ ମି.ମି., କୋରାପୁଟ ଜିଲ୍ଲାର ସିମିଳିଗୁଡାରେ ୪.୦ ମି.ମି., ଗଜପତି ଜିଲ୍ଲାର ନୂଆଗଡ଼ରେ ୩.୨ ମି.ମି., କୋରାପୁଟ ଜିଲ୍ଲାର ପଟାଙ୍ଗିରେ ୩.୦ ମି.ମି. ଏବଂ କନ୍ଧମାଳ ଜିଲ୍ଲାର ଦାରିଙ୍ଗବାଡ଼ିରେ ୨.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande