
ଭୁବନେଶ୍ୱର, 19 ଏପ୍ରିଲ୍ (ହି.ସ.)- ଭୁବନେଶ୍ୱର ରେଳ
ଷ୍ଟେସନର ନବୀକରଣ କାର୍ଯ୍ୟ ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି । ଆଜି ଭୁବନେଶ୍ବର ରେଳ ଷ୍ଟେସନ
ବୁଲି ଦେଖିବା ସହ ଏହାର ନିର୍ମାଣ କାର୍ଯ୍ୟର ଅଗ୍ରଗତି ଦେଖିଛନ୍ତି ରେଳ ମନ୍ତ୍ରୀ ଅଶ୍ବିନୀ
ବୈଷ୍ଣବ। ରେଳମନ୍ତ୍ରୀ ନିର୍ମାଣ କାର୍ଯ୍ୟର ତଦାରଖ କରିବା ସହ ବିକାଶ କାର୍ଯ୍ୟ ସମ୍ପର୍କରେ ଅଧିକାରୀଙ୍କୁ
ପଚାରି ବୁଝିଥିଲେ। ଏଥି ସହିତ ସେଠାରେ ଉପସ୍ଥିତ ଯାତ୍ରୀଙ୍କ ସହ ମଧ୍ୟ ଆଲୋଚନା କରିଥିଲେ ରେଳ
ମନ୍ତ୍ରୀ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା