ଆଗାମୀ ୫ ଦିନ ପାଇଁ ରାଜ୍ୟର କେତେକ ଜିଲ୍ଲାକୁ କାଳବୈଶାଖୀ ଚେତାବନୀ : ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୨ ଅପ୍ରେଲ (ହି.ସ.)- ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ଆଗାମୀ ୫ ଦିନ ପାଇଁ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଏହାର ପରବର୍ତୀ ୨ ଦିନ ପାଇଁ କୌଣସି ଚେତାବନୀ ନାହିଁ । ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୧୧ ଜିଲ୍ଲ
ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୨ ଅପ୍ରେଲ (ହି.ସ.)- ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ଆଗାମୀ ୫ ଦିନ ପାଇଁ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଏହାର ପରବର୍ତୀ ୨ ଦିନ ପାଇଁ କୌଣସି ଚେତାବନୀ ନାହିଁ ।

ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ବରଗଡ଼, ନୂଆପଡ଼ା, ବଲାଙ୍ଗିର, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି । ଏସବୁ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।

ଅନୁରୂପ ଭାବେ ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ଅପ୍ରେଲ ୩ ତାରିଖ ସକାଳ ଠାରୁ ୪ ତାରିଖ ସକାଳ ସୁଦ୍ଧା ୨ ଜିଲ୍ଲା ଏବଂ ୪ ତାରିଖ ସକାଳ ଠାରୁ ୫ ତାରିଖ ସକାଳ ସୁଦ୍ଧା ୩ ଜିଲ୍ଲା ଏବଂ ୫ ତାରିଖ ସକାଳ ଠାରୁ ୬ ତାରିଖ ସକାଳ ସୁଦ୍ଧା ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande