
ଗଞ୍ଜାମ, ୨ ଅପ୍ରେଲ (ହି.ସ.)- ଦେହରେ କିରାସିନି ଢାଳି ନିଆଁରେ ପୋଡି ହୋଇ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ବଡ ମେଡିକାଲରେ ଚିକିତ୍ସାଧିନ ଥିବା ପୀଡ଼ିତାଙ୍କ ମୃତ୍ୟୁ ଘଟିଛି । ପୀଡ଼ିତା ଜଣେ ଯୁକ୍ତ ତିନି ଛାତ୍ରୀ ଥିଲେ । ତାଙ୍କ ଘର ଗଞ୍ଜାମ ଜିଲ୍ଲା ଆସିକା ଥାନା ଅନ୍ତର୍ଗତ ଭେଟନଇ ଗ୍ରାମରେ ।
ଗତ ୨୮ ତାରିଖରେ ସେ ନିଜ ଦେହରେ କିରାସିନି ଢାଳି ନିଆଁ ଲଗାଇ ଦେଇଥିଲେ । ଗୁରୁତର ଅବସ୍ଥାରେ ଉଦ୍ଧାର କରି ତାଙ୍କୁ ଚିକିତ୍ସା ନିମନ୍ତେ ବ୍ରହ୍ମପୁର ବଡ ମେଡିକାଲରେ ଭର୍ତି କରାଯାଇଥିଲା । ସେଠାରେ ଚିକିତ୍ସାଧିନ ଅବସ୍ଥାରେ ଆଜି ତାଙ୍କର ମୃତ୍ୟୁ ଘଟିଛି । ବ୍ରହ୍ମପୁର ପୋଲିସ ଶବ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ପଠାଇଛି । ପୋଲିସ ଘଟଣାର ତଦନ୍ତ କରୁଛି । ପ୍ରେମ ବ୍ୟାପାରକୁ କେନ୍ଦ୍ର କରି ଛାତ୍ରୀ ଜଣକ ଏଭଳି ଚରମ ପଦକ୍ଷେପ ନେଇଥିବା ସନ୍ଦେହ କରାଯାଉଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ