


ବଲାଙ୍ଗିର, ୨୦ ଏପ୍ରିଲ୍ (ହି.ସ.)- ଏପ୍ରିଲ ମାସର ଜନ-ଅଭିଯୋଗ କାର୍ଯ୍ୟସୂଚୀ ପ୍ରକାରେ ବଲାଙ୍ଗିର ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ ଆଜି ପୁଇଁନ୍ତଲା ପଞ୍ଚାୟତ ସମିତି କାର୍ଯ୍ୟାଳୟର ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀରେ ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ ଗୌରୱ ଶିୱାଜୀ ଇସଲୱାର, ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜି ଉପସ୍ଥିତ ଥିଲେ । ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀରେ ସମୁଦାୟ ୨୭ ଗୋଟି ଅଭିଯୋଗ ଦରଖାସ୍ତ ଦାଖଲ ହୋଇଥିଲା । ସେଥି ମଧ୍ୟରୁ ୨୩ଟି ବ୍ୟକ୍ତିଗତ ଅଭିଯୋଗ ଓ ଅବଶିଷ୍ଟ ୪ଟି ସାମୁହିକ ଦରଖାସ୍ତ ଥିଲା । ଜନସାଧାରଣଙ୍କ ଦ୍ଵାରା ଆଗତ ହୋଇଥିବା ୫ଟି ମାମଲାର ଅଭିଯୋଗ ଓ ସମସ୍ୟା ଗୁଡିକର ଶୁଣାଣୀ କରି ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଉପସ୍ଥିତିରେ ବିଭିନ୍ନ ବିଭାଗର ଅଧିକାରୀମାନେ ଉକ୍ତ ଶୁଣାଣୀର ତୁରନ୍ତ ସମାଧାନ କରିଥିଲେ ଏବଂ ବାକି ଥିବା ମାମଲା ଗୁଡିକୁ ସମ୍ପୃକ୍ତ ବିଭାଗର ଅଧିକାରୀଙ୍କୁ ଯଥା ଶୀଘ୍ର ସମାଧାନ କରିବାକୁ ଜିଲ୍ଲାପାଳ ନିର୍ଦେଶ ଦେଇଥିଲେ ।
ଏହି ଯୁଗ୍ମ ଜନଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଓ କାର୍ଯ୍ୟନିର୍ବାହୀ ଅଧିକାରୀ ତରଣୀ ସୁନା, ବଲାଙ୍ଗିର ଉପଜିଲ୍ଲାପାଳ ଆଲୋକ କୁମାର ପଟେଲ, ପୁଇଁନ୍ତଲା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଅମରେନ୍ଦ୍ର ସ୍ଵାଇଁ ସହିତ ସମସ୍ତ ଜିଲ୍ଲାସ୍ତରୀୟ ଓ ବ୍ଲକସ୍ତରୀୟ ଅଧିକାରୀମାନେ ଏବଂ ଅନ୍ୟାନ୍ୟ କର୍ମଚାରୀବୃନ୍ଦ ଉପସ୍ଥିତ ଥିଲେ ।
ହିନ୍ଦୁସ୍ଥାନ ସମାଚାର / ଗୋପବନ୍ଧୁ