
ଭୁବନେଶ୍ୱର, ୨୦ ଅପ୍ରେଲ (ହି.ସ.)- ଗରମ ରାତି ନେଇ ୨୦ ତାରିଖ ସକାଳ ଠାରୁ ୨୩ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଗରମ ରାତି ନେଇ ଆଗାମୀ ୨୪ ଘଂଟା ପାଇଁ ୩ ଜିଲ୍ଲା(ସୁନ୍ଦରଗଡ଼, ସମ୍ବଲପୁର, ବଲାଙ୍ଗିର)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ସେହିପରି ଗରମ ରାତି ନେଇ ୨୧ ତାରିଖ ସକାଳ ଠାରୁ ୨୨ ତାରିଖ ସକାଳ ସୁଦ୍ଧା ୫ ଜିଲ୍ଲା(ସୁନ୍ଦରଗଡ଼, ସମ୍ବଲପୁର, ବଲାଙ୍ଗିର, ଅନୁଗୁଳ, କନ୍ଧମାଳ)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଗରମ ରାତି ନେଇ ୨୨ ତାରିଖ ସକାଳ ଠାରୁ ୨୩ ତାରିଖ ସକାଳ ସୁଦ୍ଧା ୫ ଜିଲ୍ଲା(ସୁନ୍ଦରଗଡ଼, ସମ୍ବଲପୁର, ବଲାଙ୍ଗିର, ଅନୁଗୁଳ, କନ୍ଧମାଳ)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୋମବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ