


ଭୁବନେଶ୍ୱର, ୨୦ ଅପ୍ରେଲ (ହି.ସ.)- ହିଟ୍ ୱେଭ୍ (ଗ୍ରୀଷ୍ମ ପ୍ରବାହ) ନେଇ ୨୨ ତାରିଖ ସକାଳ ଠାରୁ ୨୫ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ହିଟ୍ ୱେଭ୍ ନେଇ ୨୨ ତାରିଖ ସକାଳ ଠାରୁ ୨୩ ତାରିଖ ସକାଳ ପର୍ଯ୍ୟନ୍ତ ୨ ଜିଲ୍ଲା(ଝାରସୁଗୁଡ଼ା, ବଲାଙ୍ଗିର)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ହିଟ୍ ୱେଭ୍ ନେଇ ୨୩ ତାରିଖ ସକାଳ ଠାରୁ ୨୪ ତାରିଖ ସକାଳ ସୁଦ୍ଧା ୨ ଜିଲ୍ଲା (ଝାରସୁଗୁଡ଼ା, ବଲାଙ୍ଗିର)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ହିଟ୍ ୱେଭ୍ ନେଇ ୨୪ ତାରିଖ ସକାଳ ଠାରୁ ୨୫ ତାରିଖ ସକାଳ ସୁଦ୍ଧା ୨ ଜିଲ୍ଲା (ଝାରସୁଗୁଡ଼ା, ବଲାଙ୍ଗିର)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୋମବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ