
ଭୁବନେଶ୍ୱର, 21 ଏପ୍ରିଲ୍ (ହି.ସ.) - ଆସନ୍ତା ସୋମବାର
ଏପ୍ରିଲ ୨୭ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ
ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ । ମୁଖ୍ୟମନ୍ତ୍ରୀ
ସୋମବାର ସକାଳ ୭ ଘଟିକାରୁ ମଧ୍ୟାହ୍ନ ୧୨.୦୦ ପର୍ଯ୍ୟନ୍ତ ୟୁନିଟ-୨, ଅଶୋକ ନଗର, ଭୁବନେଶ୍ୱର ସ୍ଥିତ
ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ (କ୍ୟାପିଟାଲ ନର୍ସରୀ ନିକଟସ୍ଥ) ଠାରେ ଜନସାଧାରଣଙ୍କ
ବିଭିନ୍ନ ଅଭିଯୋଗର ଶୁଣାଣି କରିବେ ।
ଏହି ଅଭିଯୋଗ ଶୁଣାଣି
ପାଇଁ ଅନଲାଇନ ପଞ୍ଜୀକରଣ ଏପ୍ରିଲ ୨୨ ତାରିଖ ବୁଧବାର ଦିବା ୧୧ଘଟିକା ଠାରୁ ଆରମ୍ଭ ହେବ । ଏଥି ନିମନ୍ତେ, ଆଗ୍ରହୀ ଜନସାଧାରଣ
ଜନଶୁଣାଣି ପୋର୍ଟାଲ ଅଥବା ଜନଶୁଣାଣି ମୋବାଇଲ ଆପ୍ଲିକେଶନ
ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ପଞ୍ଜୀକରଣ କରିପାରିବେ ।
ଜନସାଧାରଣ ପଞ୍ଜୀକୃତ ପ୍ରାପ୍ତି ସ୍ଵୀକାର ପତ୍ର ଏବଂ ବ୍ୟକ୍ତିଗତ
ପରିଚୟ ପତ୍ର ତଥା ନିଜର ଅଭିଯୋଗ ପତ୍ର ସହ ଦର୍ଶାଯାଇଥିବା ସ୍ଥାନରେ ନିର୍ଦ୍ଧାରିତ ସମୟରେ
ଉପସ୍ଥିତ ରହି ନିଜର ଅଭିଯୋଗ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇପାରିବେ ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା