
ଜୟପୁର, ୨୧ ଏପ୍ରିଲ୍ (ହି.ସ.)- ଆଜି ସ୍ଥାନୀୟ ଆର୍ଟ ଗ୍ୟଲେରୀ କୋରାପୁଟ ଠାରେ ବିଶିଷ୍ଟ ସ୍ଵାଧୀନତା ସଂଗ୍ରାମୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଡଃ. ସଦାଶିବ ତ୍ରିପାଠୀଙ୍କ ଜନ୍ମ ଜୟନ୍ତୀ ଅବସରରେ ଫଟୋଚିତ୍ରରେ ମାଲ୍ୟାର୍ପଣ, ପୂଜ୍ୟପୂଜା, ସ୍ମୃତି ଚାରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ଜିଲ୍ଲାପାଳ ତପନ କୁମାର ନାୟକ, ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସୁଶ୍ରୀ ରାଧା ରାଣୀ ସରକାର, ବୁଦ୍ଧିଜୀବି, ସାହିତ୍ୟିକ, କବି, ଗଣମାଧ୍ୟମ ପ୍ରତିନିଧି ପ୍ରମୁଖ ଉପସ୍ଥିତ ରହି ମାଲ୍ୟାର୍ପଣ ଓ ପୂଜ୍ୟପୂଜା କରିଥିଲେ । କବି ରବି ଶତପଥୀ ନିଜ ବକ୍ତବ୍ୟରେ ଡଃ. ସଦାଶିବ ତ୍ରୀପାଠୀଙ୍କୁ ମହାନ୍ ସ୍ୱାଧୀନତା ସଂଗ୍ରାମୀ, ଲୋକପ୍ରିୟ ନେତା, ଆଦର୍ଶବାଦୀ, ସାଧୁତା ଓ ଭୁସଂସ୍କାର ଆଇନର ସଫଳ ରୂପାୟନକର୍ତ୍ତା ରୂପେ ଅଭିହିତ କରି ନିଜ ଜୀବନରେ ତାଙ୍କର ଆଦର୍ଶ ଓ ଦର୍ଶନକୁ ପ୍ରତିଫଳିତ କରିବା ପାଇଁ ଆହ୍ବାନ କରିଥିଲେ।
ହିନ୍ଦୁସ୍ଥାନ ସମାଚାର / ପିକେପି