
ଭୁବନେଶ୍ୱର, ୨୧ ଏପ୍ରିଲ (ହି.ସ.)- ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆସାମର ପୂର୍ବତନ ରାଜ୍ୟପାଳ ସ୍ୱର୍ଗତ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କର ଶ୍ରାଦ୍ଧ ଉତ୍ସବ କଂଗ୍ରେସ ଭବନ
ଭୁବନେଶ୍ୱର ଠାରେ ପାଳିତ ହୋଇଯାଇଛି। ଏହି ଅବସରରେ ସକାଳେ ପିସିସି ସଭାପତି ଶ୍ରୀ ଭକ୍ତ ଚରଣ ଦାସ ଏବଂ ବହୁ କଂଗ୍ରେସ ନେତୃବୃନ୍ଦ ସ୍ୱର୍ଗତ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ପୂର୍ଣ୍ଣାଙ୍ଗ ଅବୟବରେ ପୁଷ୍ପାଞ୍ଜଳି
ପ୍ରଦାନ କରିଥିଲେ। ପରେ କଂଗ୍ରେସ ଭବନ କାର୍ଯ୍ୟାଳୟରେ ଆୟୋଜିତ ରକ୍ତଦାନ ଶିବିରକୁ ପିସିସି ସଭାପତି ଶ୍ରୀ ଦାସ ରିବନ କାଟି ଉଦ୍ଘାଟନ କରିଥିଲେ। ପରେ ବହୁ କଂଗ୍ରେସ ନେତୃବୃନ୍ଦଙ୍କ ଉପସ୍ଥିତିରେ କଂଗ୍ରେସ
କର୍ମୀମାନେ ରକ୍ତଦାନ କରିଥିଲେ। ଏହି କାର୍ଯ୍ୟକ୍ରମକୁ ଜାନକୀ ବଲ୍ଲଭ ପଟ୍ଟନାୟକ, ଯୋଗିନାଥ ବାହୁବଳେନ୍ଦ୍ର, ମନୋଜ ବିଶ୍ୱାଳ, ମିହିର ଆଚାର୍ଯ୍ୟ, ଲିଙ୍ଗରାଜ ସାହୁ ଓ ବଳଦେବ ରଥ ପ୍ରମୁଖ ପରିଚାଳନା କରିଥିଲେ।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା