ମହିଳା ସଂରକ୍ଷଣ ବିଲ୍ କାଟ୍ ଖାଇବା ପ୍ରସଙ୍ଗରେ ବିଜେପିର ବିଶାଳ ଜନ ଆକ୍ରୋଶ ମହିଳା ସମାବେଶ
ଆକ୍ରୋଶର ନିଆଁ ଗାଁରୁ ସହର ପର୍ଯ୍ୟନ୍ତ ବ୍ୟାପିବ, ବିରୋଧୀଙ୍କ ରାଜନୈତିକ ଭବିଷ୍ୟତ ଧୂଳିସାତ୍ ହୋଇଯିବ: ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର,୨୨ ଏପ୍ରିଲ (ହି.ସ)- ନାରୀ ଶକ୍ତି ବନ୍ଦନ ଅଧିନିୟମ ସଂସଦରେ ପାରିତ ହୋଇ ନପାରିବା ପ୍ରତିବାଦରେ ମହିଳାମାନଙ୍କ ଆକ୍ରୋଶକୁ ସମ୍ମାନ ଓ ସମର୍ଥନ ଜଣାଇ ଭାରତୀୟ ଜନତା ପାର୍
bjp


ଆକ୍ରୋଶର ନିଆଁ ଗାଁରୁ ସହର ପର୍ଯ୍ୟନ୍ତ ବ୍ୟାପିବ, ବିରୋଧୀଙ୍କ ରାଜନୈତିକ ଭବିଷ୍ୟତ ଧୂଳିସାତ୍ ହୋଇଯିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୨ ଏପ୍ରିଲ (ହି.ସ)- ନାରୀ ଶକ୍ତି ବନ୍ଦନ ଅଧିନିୟମ ସଂସଦରେ ପାରିତ ହୋଇ ନପାରିବା ପ୍ରତିବାଦରେ ମହିଳାମାନଙ୍କ ଆକ୍ରୋଶକୁ ସମ୍ମାନ ଓ ସମର୍ଥନ ଜଣାଇ ଭାରତୀୟ ଜନତା ପାର୍ଟି ତରଫରୁ ବୁଧବାର ରାଜଧାନୀ ଭୁବନେଶ୍ୱରରେ ପ୍ରଦର୍ଶନୀ ପଡ଼ିଆରୁ ଲୋୟର ପିଏମ୍ ଜି ପର୍ଯ୍ୟନ୍ତ ବିଶାଳ “ଜନ ଆକ୍ରୋଶ ମହିଳା ପଦ ଯାତ୍ରା” ଅନୁଷ୍ଠିତ ହୋଇଯାଇଛି । ଏହି ଯାତ୍ରାରେ ସମାଜରୁ ଆସିଥିବା ପ୍ରତ୍ୟେକ ବର୍ଗର ମହିଳା କଳା ପଟି ପିନ୍ଧି ଶୋଭାଯାତ୍ରାରେ ସାମିଲ ହୋଇଥିଲେ । ଏହି ଅବସରରେ ପଥପ୍ରାନ୍ତ ସଭା ଅନୁଷ୍ଠିତ ହେବା ବିରୋଧୀ ନେତାଙ୍କ କୁଶପୁତ ଳିକା ଦାହ କରାଯାଇଥିଲା ।

ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ସଂସଦରେ ବାଧାପ୍ରାପ୍ତ କରି କଂଗ୍ରେସ ସମେତ ଅନ୍ୟାନ୍ୟ ବିରୋଧି ଦଳଗୁଡିକ ଦେଶର ଅଧା ଜନସଂଖ୍ୟା ସହ ବିଶ୍ୱାସଘାତକତା କରିଛନ୍ତି । ମହିଳାଙ୍କ ସାମ୍ବିଧାନିକ ଅଧିକାରକୁ ହତ୍ୟା କରିଛନ୍ତି ବିରୋଧୀ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମହିଳାଙ୍କୁ ବିଧାନସଭା ଓ ଲୋକସଭାରେ ୩୩ ପ୍ରତିଶତ ସଂରକ୍ଷଣ ଦେଇ ସେମାନଙ୍କୁ ନୀତି ନିର୍ଦ୍ଧାରଣ ପ୍ରକ୍ରିୟାରେ ସାମିଲ କରିବାକୁ ଚାହୁଁଥିବାବେଳେ ବିରୋଧୀ ଦଳ ଗୁଡିକ ନିଜର ସଂକୀର୍ଣ୍ଣ ରାଜନୈତିକ ସ୍ୱାର୍ଥ ପାଇଁ ଏହାକୁ ବିଫଳ କରିଛନ୍ତି । ଏହା କେବଳ “ଏକ ବିଲ୍ ର ପରାଜୟ ନୁହେଁ, ବରଂ ମା’ ମାନଙ୍କ ସ୍ୱପ୍ନର ଭୃଣହତ୍ୟା” । ଏହା ମୋଦିଙ୍କ ପରାଜୟ ନୁହେଁ, ଦେଶର ସମଗ୍ର ମହିଳାଙ୍କ ପାଇଁ ଶକ୍ତ ଧକ୍କା । ବିଶେଷକରି କଂଗ୍ରେସ ଏବଂ ଅନ୍ୟ ବିରୋଧୀଦଳଗୁଡିକ କେବଳ ମହିଳାଙ୍କୁ ଭୋଟ୍ ବ୍ୟାଙ୍କ ଭାବେ ବ୍ୟବହାର କରୁଥିବାବେଳେ, ମୋଦୀ ସରକାର ସେମାନଙ୍କୁ ପ୍ରକୃତ ସଶକ୍ତିକରଣ ପ୍ରଦାନ କରିବାକୁ ସଂକଳ୍ପବଦ୍ଧ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କହିଛନ୍ତି ।

ଆଜିର ଏହି ଆକ୍ରୋଶର ନିଆଁ ଗାଁରୁ ସହର ପର୍ଯ୍ୟନ୍ତ ବ୍ୟାପିବ ଏବଂ ଏହି ଜନ ଆକ୍ରୋଶରେ ବିରୋଧୀଙ୍କ ରାଜନୈତିକ ଭବିଷ୍ୟତ ଧୂଳିସାତ୍ ହୋଇଯିବ । ମହିଳାମାନେ ଚୁପ୍ ନରହି ନିଜ ଅଧିକାର ପାଇଁ ସ୍ୱର ଉତୋଳନ କରିବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଆହ୍ୱାନ ଦେଇଛନ୍ତି ।

ନାରୀମାନଙ୍କ ପାଇଁ ସଂସଦରେ ୧୭ ତାରିଖ ଦିନ ଯେଉଁ ଆଲୋଚନା ହୋଇଥିଲା, ତାହା ଦେଶର ଇତିହାସ ବଦଳିଥାନ୍ତା । କଂଗ୍ରେସ ସମେତ ସମସ୍ତ ବିରୋଧୀ ଦଳ ଏହି ବିଲକୁ ଅନୁମୋଦନ କରିବାକୁ ଦେଲେ ନାହିଁ । ରାହୁଲ ଗାନ୍ଧୀ ଏବଂ ଅନ୍ୟଦଳ ଗୁଡିକ ଯେଉଁ ଉତ୍ସବ ପାଳନ କଲେ, ତାକୁ ଯେତେ ନିନ୍ଦା କଲେ କମ ହେବ ଏବଂ ଦେଶବାସୀ କେବେହେଲେ କ୍ଷମା ଦେବେ ନାହିଁ । ବିରୋଧୀମାନେ ବିଲ୍ କୁ ପୁଣି ସମର୍ଥନ କରିବାକୁ ବାଧ୍ୟ ହେବେ ବୋଲି ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ କହିଛନ୍ତି ।

ନାରୀଶକ୍ତି ରାଷ୍ଟ୍ରଶକ୍ତି । ମହିଳାମାନଙ୍କୁ ସଶକ୍ତ କରିବା ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଜୀ ଅନେକ ପ୍ରଚେଷ୍ଟା କରୁଛନ୍ତି । ବିଜେପି ସଦାସର୍ବଦା ନାରୀମାନଙ୍କ ସମ୍ମାନ ପାଇଁ ଲଢେଇ କରିଛି । ରାଜନୀତି କ୍ଷେତ୍ରରେ ମହିଳାମାନଙ୍କ ଭାଗିଦାରିତାକୁ ନାରୀ ଶକ୍ତି ବନ୍ଦନ ଅଧିନିୟମ ଦୃଢୀଭୁତ କରିବ । କଂଗ୍ରେସ ଓ ବିଜେଡି ଉଭୟ ମହିଳା ବିରୋଧୀ । ମହିଳାମାନଙ୍କୁ ସେମାନଙ୍କ ଅଧିକାରରୁ ବଂଚିତ କରିବା ପାଇଁ ସଂସଦରେ ଏହି ଅଧିନିୟମ ବିରୋଧରେ କଂଗ୍ରେସ ସମେତ ଡିଏମ୍?କେ, ଟିଏମ୍?ସି, ସମାଜବାଦୀ ପାର୍ଟି ପ୍ରମୁଖ ଭୋଟ ଦେଇଥିବାବେଳେ ବିଜେଡି ସେମାନଙ୍କୁ ସମର୍ଥନ ଜଣାଇଥିଲା । ଓଡ଼ିଶାର ମହିଳାମାନେ ଏହାକୁ କେବେବି କ୍ଷମା ଦେବେ ନାହିଁ ବୋଲି ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା କହିଛନ୍ତି ।

ଏହି କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ପୃଥ୍ୱୀରାଜ ହରିଚନ୍ଦନ, ରବି ନାଏକ, ନିତ୍ୟାନନ୍ଦ ଗଣ୍ଡ, ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, ସାଂସଦ ପ୍ରତାପ ଷଡଙ୍ଗୀ, ଶ୍ରୀମତୀ ଅନିତା ଶୁଭଦର୍ଶନୀ ପଟ୍ଟନାୟକ, ରାଜ୍ୟ ସାଧାରଣ ସଂପାଦିକା ଶ୍ରୀମତୀ ପୂର୍ଣ୍ଣିମା ନାୟକ, ରାଜ୍ୟ ସଂପାଦିକା ପିଙ୍କି ପ୍ରଧାନଙ୍କ ସମେତ ଅନ୍ୟାନ୍ୟ ବରିଷ୍ଠ ନେତୃବୃନ୍ଦ ଉପସ୍ଥିତ ଥିଲେ । ପରିଶେଷରେ ମହିଳାମୋର୍ଚ୍ଚା ରାଜ୍ୟ ସଭାନେତ୍ରୀ ଡା. ଐଶ୍ୱର୍ଯ୍ୟା ବିଶ୍ୱାଳ ଧନ୍ୟବାଦ ଜ୍ଞାପନ କରିଥିଲେ ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande