
ଭୁବନେଶ୍ୱର, ୨୩ ଏପ୍ରିଲ (ହି.ସ)- କେନ୍ଦୁଝରଗଡ଼ ପୌରପାଳିକା ଅଧ୍ୟକ୍ଷାଙ୍କ ପୁତ୍ର ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି।
ଏକ୍ସରେ ଏକ ଶୋକବାର୍ତାରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି କେନ୍ଦୁଝରଗଡ଼ ପୌରପାଳିକା ଅଧ୍ୟକ୍ଷା ଶ୍ରୀମତୀ ନିକୁ ସାହୁଙ୍କ ପୁତ୍ର ବି.ଏସ୍. ତଥ୍ୟଙ୍କ ଅକାଳ ବିୟୋଗ ଖବର ଶୁଣି ମୁଁ ଗଭୀର ଭାବେ ଦୁଃଖିତ ଓ ମର୍ମାହତ। ଜଣେ ସମ୍ଭାବନାମୟ ତରୁଣଙ୍କୁ ଏଭଳି ଅସମୟରେ ହରାଇବା ଅତ୍ୟନ୍ତ ଦୁଃଖଦାୟକ।ଏହି ଦୁଃଖଦ ମୁହୂର୍ତରେ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇବା ସହ ଦିବଙ୍ଗତ ଆତ୍ମାର ଶାନ୍ତି ପାଇଁ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି।ଓଁ ଶାନ୍ତି!
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା