ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୫ ଦିନ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ, ଆଗାମୀ ୨୪ ଘଂଟା ପାଇଁ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୨୩ ଅପ୍ରେଲ (ହି.ସ.)- ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୭ ଦିନ ଅର୍ଥାତ୍ ଆସନ୍ତା ୩୦ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ
ଆଗାମୀ ୨୪ ଘଂଟା ପାଇଁ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୨୩ ଅପ୍ରେଲ (ହି.ସ.)- ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୭ ଦିନ ଅର୍ଥାତ୍ ଆସନ୍ତା ୩୦ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, କେନ୍ଦ୍ରାପଡ଼ା, ଜଗତସିଂହପୁର, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର । ଚେତାବନୀ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।

ସେହିପରି ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ୨୪ ତାରିଖ ସକାଳ ଠାରୁ ୨୫ ତାରିଖ ସକାଳ ସୁଦ୍ଧା ୬ ଜିଲ୍ଲା, ୨୫ ତାରିଖ ସକାଳ ଠାରୁ ୨୬ ତାରିଖ ସକାଳ ସୁଦ୍ଧା ୭ ଜିଲ୍ଲା, ୨୬ ତାରିଖ ସକାଳ ଠାରୁ ୨୭ ତାରିଖ ସକାଳ ସୁଦ୍ଧା ୬ ଜିଲ୍ଲା, ୨୭ ତାରିଖ ସକାଳ ଠାରୁ ୨୮ ତାରିଖ ସକାଳ ସୁଦ୍ଧା ୯ ଜିଲ୍ଲା, ୨୮ ତାରିଖ ସକାଳ ଠାରୁ ୨୯ ତାରିଖ ସକାଳ ସୁଦ୍ଧା ୮ ଜିଲ୍ଲା, ଏବଂ ୨୯ ତାରିଖ ସକାଳ ଠାରୁ ୩୦ ତାରିଖ ସକାଳ ସୁଦ୍ଧା ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande