

ଭୁବନେଶ୍ୱର, ୨୩ ଅପ୍ରେଲ (ହି.ସ.)- ହିଟ୍ ୱେଭ୍ (ଗ୍ରୀଷ୍ମ ପ୍ରବାହ) ନେଇ ଆଗାମୀ ୨ ଦିନ ଅର୍ଥାତ୍ ୨୩ ତାରିଖ ଓ ୨୪ ତାରିଖ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ହିଟ୍ ୱେଭ୍ ନେଇ ୨୩ ତାରିଖ ୫ ଜିଲ୍ଲା (ଝାରସୁଗୁଡ଼ା, ସମ୍ବଲପୁର, ବଲାଙ୍ଗିର, କେନ୍ଦୁଝର, ଖୋର୍ଦ୍ଧା) କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ହିଟ୍ ୱେଭ୍ ନେଇ ୨୪ ତାରିଖ ୬ ଜିଲ୍ଲା (ଝାରସୁଗୁଡ଼ା, ସମ୍ବଲପୁର, ବଲାଙ୍ଗିର, ଅନୁଗୁଳ, କେନ୍ଦୁଝର, ଖୋର୍ଦ୍ଧା)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ