
ଭୁବନେଶ୍ୱର, ୨୩ ଏପ୍ରିଲ (ହି.ସ)- ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ବ୍ଳକ ଅନ୍ତର୍ଗତ ରାମପୁର ଠାରୁ ଗିରିଶଚନ୍ଦ୍ରପୁର ପର୍ଯ୍ୟନ୍ତ ପ୍ରାୟ ୨୪ କିମି ରାସ୍ତାର ଉନ୍ନତିକରଣ ପାଇଁ ୪୭ କୋଟି ୨୪ ଲକ୍ଷ ୬ ହଜାର ଟଙ୍କା ମଞ୍ଜୁର ହୋଇଛି। ଏଥିପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି , ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ପୂର୍ତ ଓ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏହି ପ୍ରକଳ୍ପ ସ୍ଥାନୀୟ ଯୋଗାଯୋଗ ଓ ଅର୍ଥନୀତିକୁ ସୁଦୃଢ଼ କରିବ ବୋଲି କେନ୍ଦ୍ରମନ୍ତ୍ରୀ ଉଲ୍ଲେଖ କରିଛନ୍ତି।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା