ବଲାଙ୍ଗିର ଗାନ୍ଧୀ ଷ୍ଟାଡିୟମ ଠାରେ ରାଜ୍ୟସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ ରେ ଯୋଗଦେବେ ମୁଖ୍ୟମନ୍ତ୍ରୀ
ବଲାଙ୍ଗିର, 23 ଏପ୍ରିଲ୍ (ହି.ସ.) ଆସନ୍ତାକାଲି ୨୪.୦୪.୨୦୨୬ ରିଖ ଶୁକ୍ରବାର ଦିନ ଅପରାହ୍ନ ୬.୦୦ ଘଟିକାରେ ବଲାଙ୍ଗିର ଗାନ୍ଧୀ ଷ୍ଟାଡିୟମ ଠାରେ ରାଜ୍ୟସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ କରାଯିବ । ବଲାଙ୍ଗିରଠାରେ ଅନୁଷ୍ଠିତ ହେଉଥିବା ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ମାନ୍ୟବର ମୁଖ୍ୟମନ୍ତ୍ର
ବଲାଙ୍ଗିର ଗାନ୍ଧୀ ଷ୍ଟାଡିୟମ ଠାରେ ରାଜ୍ୟସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ ରେ ଯୋଗଦେବେ ମୁଖ୍ୟମନ୍ତ୍ରୀ


ବଲାଙ୍ଗିର, 23 ଏପ୍ରିଲ୍ (ହି.ସ.)

ଆସନ୍ତାକାଲି ୨୪.୦୪.୨୦୨୬ ରିଖ ଶୁକ୍ରବାର ଦିନ ଅପରାହ୍ନ ୬.୦୦ ଘଟିକାରେ ବଲାଙ୍ଗିର ଗାନ୍ଧୀ ଷ୍ଟାଡିୟମ ଠାରେ ରାଜ୍ୟସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ କରାଯିବ । ବଲାଙ୍ଗିରଠାରେ ଅନୁଷ୍ଠିତ ହେଉଥିବା ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝି ମୁଖ୍ୟ ଅତିଥି ଭାବେ ଯୋଗଦାନ କରିବେ । ଏହି ଅବସରରେ, ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ବିଭିନ୍ନ ଲୋକାଭିମୁଖୀ ପ୍ରକଳ୍ପ ଗୁଡିକର ଉଦ୍ଘାଟନ ଓ ଶିଳାନ୍ୟାସ କରାଯିବ।

ଏହି କାର୍ଯ୍ୟକ୍ରମରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ସହ ମାନ୍ୟବର ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ, ମାନ୍ୟବର ମନ୍ତ୍ରୀ, ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଶ୍ରୀଯୁକ୍ତ ରବି ନାରାୟଣ ନାଏକ ଏବଂ ମାନ୍ୟବର ମନ୍ତ୍ରୀ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଡାଃ. ମୁକେଶ ମହାଲିଙ୍ଗଙ୍କ ସହ ଅନ୍ୟାନ୍ୟ ବିଶିଷ୍ଟ ଅତିଥିବୃନ୍ଦ ଉପସ୍ଥିତ ରହିବେ । ଉକ୍ତ କାର୍ଯ୍ୟକ୍ରମର ସିଧା ପ୍ରସାରଣ ମଧ୍ୟ ପ୍ରଦର୍ଶିତ ହେବ ।

କାର୍ଯ୍ୟକ୍ରମରେ ନିର୍ବାଚିତ ପଞ୍ଚାୟତିରାଜ ପ୍ରତିନିଧି, ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟା, ସ୍ୱେଚ୍ଛାସେବୀ ଅନୁଷ୍ଠାନର ପ୍ରତିନିଧିଙ୍କ ସହ ବଲାଙ୍ଗିରବାସୀ ମଧ୍ୟ ଉପସ୍ଥିତ ରହିବେ ।

କାର୍ଯ୍ୟକ୍ରମର ବିବରଣୀ:

ତାରିଖ: ୨୪.୦୪.୨୦୨୬

ସମୟ: ଅପରାହ୍ନ ୬.୦୦ ଘଟିକା

ସ୍ଥାନ: ଗାନ୍ଧୀ ଷ୍ଟାଡିୟମ, ବଲାଙ୍ଗିର

---------------

ହିନ୍ଦୁସ୍ଥାନ ସମାଚାର / ଗୋପବନ୍ଧୁ


 rajesh pande