ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୭ ଦିନ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ, ଆଗାମୀ ୨୪ ଘଂଟା ପାଇଁ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୨୪ ଅପ୍ରେଲ (ହି.ସ.)- ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୭ ଦିନ ଅର୍ଥାତ୍ ମଇ ୧ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜ
ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୭ ଦିନ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ,  ଆଗାମୀ ୨୪ ଘଂଟା ପାଇଁ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୨୪ ଅପ୍ରେଲ (ହି.ସ.)- ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୭ ଦିନ ଅର୍ଥାତ୍ ମଇ ୧ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡି, କୋରାପୁଟ । ଚେତାବନୀ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।

ସେହିପରି ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ୨୫ ତାରିଖ ସକାଳ ଠାରୁ ୨୬ ତାରିଖ ସକାଳ ସୁଦ୍ଧା ୭ ଜିଲ୍ଲା, ୨୬ ତାରିଖ ସକାଳ ଠାରୁ ୨୭ ତାରିଖ ସକାଳ ସୁଦ୍ଧା ୪ ଜିଲ୍ଲା, ୨୭ ତାରିଖ ସକାଳ ଠାରୁ ୨୮ ତାରିଖ ସକାଳ ସୁଦ୍ଧା ୧୨ ଜିଲ୍ଲା, ୨୮ ତାରିଖ ସକାଳ ଠାରୁ ୨୯ ତାରିଖ ସକାଳ ସୁଦ୍ଧା ୧୧ ଜିଲ୍ଲା, ୨୯ ତାରିଖ ସକାଳ ଠାରୁ ୩୦ ତାରିଖ ସକାଳ ସୁଦ୍ଧା ୧୪ ଜିଲ୍ଲା ଏବଂ ଅପ୍ରେଲ ୩୦ ତାରିଖ ସକାଳ ଠାରୁ ମଇ ୧ ତାରିଖ ସକାଳ ପର୍ଯ୍ୟନ୍ତ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande