
ଭୁବନେଶ୍ୱର , ୨୪ ଏପ୍ରିଲ (ହି.ସ)
ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟରେ ଚାଲିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ
ରଖି ଆଗୁଆ ଖରାଛୁଟି ଘୋଷଣା କରିଛନ୍ତି। ପିଲାମାନଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ
ଏହି ନିଷ୍ପତ୍ତି ନେଇଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଏ ସମ୍ପର୍କିତ ପ୍ରସ୍ତାବକୁ
ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେଇଛନ୍ତି।
ଏହି ନିଷ୍ପତ୍ତି ଅନୁଯାୟୀ
ଏପ୍ରିଲ ୨୭ ତାରିଖରୁ ରାଜ୍ୟର ସମସ୍ତ ସରକାରୀ, ସରକାରୀ ଅନୁଦାନ ପ୍ରାପ୍ତ ଓ ବେସରକାରୀ ବିଦ୍ୟାଳୟ ବନ୍ଦ ରହିବ। ତେବେ, ପୂର୍ବ ନିର୍ଦ୍ଧାରିତ ପରୀକ୍ଷା, ଜନଗଣନା କାର୍ଯ୍ୟ ଓ
ଅନ୍ୟାନ୍ୟ ଅଫିସ କାମ ପୂର୍ବପରି ଜାରି ରହିବ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା