
ପୁରୀ, ୨୪ ଏପ୍ରିଲ୍ (ହି.ସ.)- ଜୟ ଶ୍ରୀଜଗନ୍ନାଥ। ପୁରୀ ସହର ଓ ସଦରବାସୀଙ୍କୁ ପୂର୍ବପରି ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ସଚେତନତା ପଦଯାତ୍ରାର ଚବିଶି ଦିନରେ ଆଜି ଅଧିକ ଭାବନାପୂର୍ଣ୍ଣ ଓ ଏକତାମୟ ଚିତ୍ର ପ୍ରଦର୍ଶନ କରିଥିଲା। ପୁରୀ ସହର ଓ ସଦରବାସୀଙ୍କ ଆସ୍ଥା ଓ ଅଧିକାରର ସ୍ଵରକୁ ନେଇ ଚାଲିଥିବା ସଚେତନତା ପଦଯାତ୍ରା ବଳଗଣ୍ଡି ସ୍ଥିତ ଭକ୍ତ ସାଲବେଗ ପୀଠରୁ ଆରମ୍ଭ ହୋଇଥିବା ଏହି ପଦଯାତ୍ରା ଶ୍ରୀମନ୍ଦିର ପରିସର ନିକଟରେ ସମାପ୍ତ ହୋଇଥିଲା। ପଥେ ପଥେ “ଜୟ ଜଗନ୍ନାଥ” ଧ୍ୱନି ଓ ଭକ୍ତିଭାବରେ ପରିପୂର୍ଣ୍ଣ ପରିବେଶ ମଧ୍ୟରେ ପୂର୍ବପରି ଦର୍ଶନ ବ୍ୟବସ୍ଥା ପାଇଁ ଦାବି ଜୋରଦାର ଭାବେ ଉଠିଥିଲା। ଏହି ପଦଯାତ୍ରା ପୁରୀ ସହର ଓ ସଦରବାସୀଙ୍କ ମନରେ ଥିବା ଶ୍ରୀଜଗନ୍ନାଥ ପ୍ରତି ଅତୁଟ ଭକ୍ତି ଓ ସ୍ଵାଭାବିକ ଅଧିକାରର ଏକ ସଂଯୁକ୍ତ ପ୍ରତୀକ ଭାବେ ପରିଣତ ହୋଇଥିଲା।
ଆଜିର ଏହି ପଦଯାତ୍ରାରେ ସର୍ବଶ୍ରୀ ଚକ୍ରଧର ମହାପାତ୍ର, ହରିଶଙ୍କର ମିଶ୍ର, ବିଜୟ ମିଶ୍ର, ଜୁପିଟର ଦାସ, ସରସ୍ୱତୀ ପାତ୍ର, ବିଶ୍ୱନାଥ ମିଶ୍ର, ସୂର୍ଯ୍ୟ ରଥ,ପ୍ରକାଶ ଚନ୍ଦ୍ର ନାୟକ, ସନ୍ତୋଷ ସେନାପତି, ନିହାରିକା ତ୍ରିପାଠି, କିଶୋର ଚନ୍ଦ୍ର ଦାସ, ମିନାକ୍ଷୀ ଦାସ, ଅରୁଣା ପଟ୍ଟନାୟକ, ପ୍ରଣତୀ ରାୟ,ମନୋଜ ସାମଲ, ବାସୁଦେବ ଲେଙ୍କା, ଜଗନ୍ନାଥ ମହାନ୍ତି, ଯାଦବା ନନ୍ଦ ରାୟ, ରାଜା ମହାନ୍ତି, ପ୍ରଦୀପ୍ତ ମହାନ୍ତି, ଆମୂଲ୍ୟ ଦାସ, ସତ୍ୟନାରାୟଣ ସାହୁ ଓ କଳ୍ପନା ମୁଦୁଲି ପ୍ରମୁଖ ଭାଗନେଇଥିଲେ। ସମସ୍ତଙ୍କ ଏକତାବଦ୍ଧ ଅଂଶଗ୍ରହଣ ଏହି ପଦଯାତ୍ରାକୁ ଅଧିକ ଶକ୍ତିଶାଳୀ କରିଥିଲା।
ପଦଯାତ୍ରାର ସଂଯୋଜନା ଆବାହକ ସ୍ଵାଧୀନ କୁମାର ପଣ୍ଡା କରିଥିଲେ। ସେ କହିଥିଲେ ଯେ, ପୁରୀ ସହର ଓ ସଦରବାସୀଙ୍କୁ ପୂର୍ବପରି ଶ୍ରୀମନ୍ଦିର ଦର୍ଶନ ଅଧିକାର ପୁନଃସ୍ଥାପିତ ହେବା ପର୍ଯ୍ୟନ୍ତ ଏହି ସଚେତନତା ଅଭିଯାନ ଅବିରତ ଚାଲିଥିବ। ଭକ୍ତି ଓ ଅଧିକାରର ଏହି ଯାତ୍ରା ପୁରୀ ସହର ସଦରବାସୀଙ୍କ ମନୋଭାବକୁ ଏକତ୍ର କରିବା ସହିତ ନ୍ୟାୟସଙ୍ଗତ ଦାବି ପ୍ରତି ସମର୍ଥନକୁ ଆହୁରି ମଜବୁତ କରିଛି।
ହିନ୍ଦୁସ୍ଥାନ ସମାଚାର / ବିଜୟ