ଦୁର୍ଘଟଣାରେ ମୃତକଙ୍କ ପରିବାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା
ଭୁବନେଶ୍ୱର, ୨୫ ଏପ୍ରିଲ (ହି.ସ.)- କେନ୍ଦୁଝର ଜିଲ୍ଲା ଘଟଗାଁ ତହସିଲର ଭୁବନ ନାୟକ (ପିତା – କ୍ଷେତ୍ରବାସୀ ନାୟକ)ଙ୍କର ଦୁଃଖଦ ଦୁର୍ଘଟଣାରେ ପ୍ରାଣହାନି ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି।
mohan majhi


ଭୁବନେଶ୍ୱର, ୨୫ ଏପ୍ରିଲ (ହି.ସ.)- କେନ୍ଦୁଝର ଜିଲ୍ଲା ଘଟଗାଁ ତହସିଲର ଭୁବନ ନାୟକ (ପିତା – କ୍ଷେତ୍ରବାସୀ ନାୟକ)ଙ୍କର ଦୁଃଖଦ ଦୁର୍ଘଟଣାରେ ପ୍ରାଣହାନି ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି। ଏଥିସହ ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ସହାୟତା ଘୋଷଣା କରିଛନ୍ତି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande