ଗରମ ଓ ଗୁଳୁଗୁଳି ନେଇ ଆଗାମୀ ୩ ଦିନ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ : ଆଗାମୀ ୨୪ ଘଂଟା ପାଇଁ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୨୫ ଅପ୍ରେଲ (ହି.ସ.)- ଗରମ ଓ ଗୁଳୁଗୁଳି ନେଇ ଆଗାମୀ ୩ ଦିନ ଅର୍ଥାତ୍ ଆସନ୍ତା ୨୮ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଗରମ ଓ ଗୁଳୁଗୁଳି ନେଇ ଆଗାମୀ ୨୪ ଘଂଟା ପାଇଁ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା
ଗରମ ଓ ଗୁଳୁଗୁଳି ନେଇ ଆଗାମୀ ୩ ଦିନ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ-୩


ଗରମ ଓ ଗୁଳୁଗୁଳି ନେଇ ଆଗାମୀ ୩ ଦିନ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ-୧


ଗରମ ଓ ଗୁଳୁଗୁଳି ନେଇ ଆଗାମୀ ୩ ଦିନ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ


ଭୁବନେଶ୍ୱର, ୨୫ ଅପ୍ରେଲ (ହି.ସ.)- ଗରମ ଓ ଗୁଳୁଗୁଳି ନେଇ ଆଗାମୀ ୩ ଦିନ ଅର୍ଥାତ୍ ଆସନ୍ତା ୨୮ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

ଗରମ ଓ ଗୁଳୁଗୁଳି ନେଇ ଆଗାମୀ ୨୪ ଘଂଟା ପାଇଁ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ଅନୁଗୁଳ, ସମ୍ବଲପୁର, ଝାରସୁଗୁଡ଼ା, ବଲାଙ୍ଗିର ।

ସେହିପରି ଗରମ ଓ ଗୁଳୁଗୁଳି ନେଇ ୨୬ ତାରିଖ ସକାଳ ଠାରୁ ୨୭ ତାରିଖ ସକାଳ ପର୍ଯ୍ୟନ୍ତ ୧୫ ଜିଲ୍ଲା ଏବଂ ୨୭ ତାରିଖ ସକାଳ ଠାରୁ ୨୮ ତାରିଖ ସକାଳ ପର୍ଯ୍ୟନ୍ତ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande