
ଭୁବନେଶ୍ୱର, ୨୫ ଅପ୍ରେଲ (ହି.ସ.)- ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୭ ଦିନ ଅର୍ଥାତ୍ ମଇ ୨ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି । ଚେତାବନୀ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।
ସେହିପରି ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ୨୬ ତାରିଖ ସକାଳ ଠାରୁ ୨୭ ତାରିଖ ସକାଳ ସୁଦ୍ଧା ୫ ଜିଲ୍ଲା, ୨୭ ତାରିଖ ସକାଳ ଠାରୁ ୨୮ ତାରିଖ ସକାଳ ସୁଦ୍ଧା ୮ ଜିଲ୍ଲା, ୨୮ ତାରିଖ ସକାଳ ଠାରୁ ୨୯ ତାରିଖ ସକାଳ ସୁଦ୍ଧା ୧୫ ଜିଲ୍ଲା, ୨୯ ତାରିଖ ସକାଳ ଠାରୁ ୩୦ ତାରିଖ ସକାଳ ସୁଦ୍ଧା ୧୫ ଜିଲ୍ଲା, ୩୦ ତାରିଖ ସକାଳ ଠାରୁ ମଇ ୧ ତାରିଖ ସକାଳ ପର୍ଯ୍ୟନ୍ତ ୧୭ ଜିଲ୍ଲା ଏବଂ ମଇ ୧ ତାରିଖ ସକାଳ ଠାରୁ ୨ ତାରିଖ ସକାଳ ପର୍ଯ୍ୟନ୍ତ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ