ଦେବଗଡ଼ କେନ୍ଦ୍ରୀୟ ବିଦ୍ୟାଳୟର ସ୍ଥାୟୀ କ୍ୟାମ୍ପସର ନୂତନ ଭବନ ଲୋକାର୍ପଣ କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ
ଭୁବନେଶ୍ୱର, 25 ଏପ୍ରିଲ୍ (ହି.ସ.)- ଦେବଗଡ଼ କେନ୍ଦ୍ରୀୟ ବିଦ୍ୟାଳୟର ସ୍ଥାୟୀ କ୍ୟାମ୍ପସର ନୂତନ ଭବନ ଲୋକାର୍ପଣ କରିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏହି ଶିକ୍ଷାନୁଷ୍ଠାନରେ ଛାତ୍ରଛାତ୍ରୀଙ୍କ ପାଇଁ ସ୍ମାର୍ଟ କ୍ଲାସରୁମ୍ ଏବଂ କମ୍ପ୍ୟୁଟର ଲ୍ୟାବ୍ ଭଳି ଅନ
କେନ୍ଦ୍ରୀୟ ବିଦ୍ୟାଳୟ


ଭୁବନେଶ୍ୱର, 25 ଏପ୍ରିଲ୍ (ହି.ସ.)- ଦେବଗଡ଼ କେନ୍ଦ୍ରୀୟ ବିଦ୍ୟାଳୟର ସ୍ଥାୟୀ କ୍ୟାମ୍ପସର

ନୂତନ ଭବନ ଲୋକାର୍ପଣ କରିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏହି ଶିକ୍ଷାନୁଷ୍ଠାନରେ ଛାତ୍ରଛାତ୍ରୀଙ୍କ ପାଇଁ ସ୍ମାର୍ଟ

କ୍ଲାସରୁମ୍ ଏବଂ କମ୍ପ୍ୟୁଟର ଲ୍ୟାବ୍ ଭଳି ଅନେକ ସୁବିଧା ରହିଛି ।

ଏହି ଅବସରରେ

କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଜୀଙ୍କ ନେତୃତ୍ୱରେ

ପ୍ରଣୀତ 'ଜାତୀୟ ଶିକ୍ଷା

ନୀତି' ର ମୂଳ ଲକ୍ଷ୍ୟ

ହେଉଛି ଛାତ୍ରଛାତ୍ରୀଙ୍କୁ ଗୁଣାତ୍ମକ ଶିକ୍ଷା ସହ ସେମାନଙ୍କର ସର୍ବାଙ୍ଗୀନ ବିକାଶ କରିବା । ଏହି

ବିଦ୍ୟାଳୟ ସ୍ଥାନୀୟ ଅଞ୍ଚଳର ଛାତ୍ରଛାତ୍ରୀଙ୍କର ଉଜ୍ଜ୍ୱଳ ଭବିଷ୍ୟତ ଗଠନ କରିବାରେ ସହାୟକ ହେବ

ବୋଲି ସେ ଆଶା ବ୍ୟକ୍ତ କରିଛନ୍ତି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande