ବିଧାନସଭା ପରିସରରେ ପାରଳା ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ଜୟନ୍ତୀ ପାଳିତ
ଭୁବନେଶ୍ୱର, 26 ଏପ୍ରିଲ (ହି.ସ.) ନବଉତ୍କଳର ନିର୍ମାତା, ବିଚ୍ଛିନ୍ନ ଉତ୍କଳର ଏକତି୍ରକରଣର କର୍ଣ୍ଣଧାର, ସାହିତ୍ୟାନୁରାଗୀ, ସୁଶାସକ ତଥା ପ୍ରଜାବତ୍ସଳ, ଦାନବୀର ରୂପେ ସର୍ବଜନବିଦିତ ପାରଳା ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବ ଉତ୍କଳମାତାର ସେବାରେ ନିଜକୁ ନିୟୋଜିତ କରିଥିଲେ । ସ୍ୱତନ୍ତ୍ର ଓଡ଼
ବିଧାନସଭା ପରିସରରେ ପାରଳା ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ଜୟନ୍ତୀ ପାଳିତ


ଭୁବନେଶ୍ୱର, 26 ଏପ୍ରିଲ (ହି.ସ.) ନବଉତ୍କଳର ନିର୍ମାତା, ବିଚ୍ଛିନ୍ନ ଉତ୍କଳର ଏକତି୍ରକରଣର କର୍ଣ୍ଣଧାର, ସାହିତ୍ୟାନୁରାଗୀ, ସୁଶାସକ ତଥା ପ୍ରଜାବତ୍ସଳ, ଦାନବୀର ରୂପେ ସର୍ବଜନବିଦିତ ପାରଳା ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବ ଉତ୍କଳମାତାର ସେବାରେ ନିଜକୁ ନିୟୋଜିତ କରିଥିଲେ । ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ କରିବାରେ ତାଙ୍କର ଭୂମିକା ଥିଲା

ଗୁରୁତ୍ୱପୂର୍ଣ୍ଣ । ୧୮୯୨ ମସିହା ଅପ୍ରେଲ ୨୬ ତାରିଖରେ ଗଞ୍ଜାମ ଜିଲ୍ଲାର ପାରଳାଖେମୁଣ୍ଡିର ରାଜପରିବାରରେ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବ ପିତା ଗୌରଚନ୍ଦ୍ର ଗଜପତି ନାରାୟଣ ଦେବ ଓ ମାତା ରାଧାମଣି ଦେବୀଙ୍କର କୋଳମଣ୍ଡନ କରିଥିଲେ ।

୧୯୭୪ ମସିହା ମଇ ମାସ ୨୫ ତାରିଖରେ ୮୨ ବର୍ଷ ବୟସରେ ପାରଳାଖେମୁଣ୍ଡି ସହରରେ ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ କର୍ମମୟ ଜୀବନର ଅବସାନ ଘଟିଥିଲା । ଓଡ଼ିଆ ଭାଷାଭାଷୀ ଅଞ୍ଚଳକୁ ନେଇ ଏକ ସ୍ୱତନ୍ତ୍ର ରାଜ୍ୟ ଗଠନ କରିବାରେ ତାଙ୍କର ଅଦମ୍ୟ ପ୍ରଚେଷ୍ଟା ଥିଲା ଅତୁଳନୀୟ । ଜଣେ ବିଚକ୍ଷଣ ରାଜନୀତିଜ୍ଞ, ଦେଶଭକ୍ତ, ଶିକ୍ଷାନୁରାଗୀ ତଥା ସୁଶାସକ ଭାବେ ତାଙ୍କର ନାମ ଚିରଦିନ ପାଇଁ ଓଡ଼ିଶା ଇତିହାସରେ ସ୍ୱର୍ଣ୍ଣାକ୍ଷରରେ ଲିପିବଦ୍ଧ ହୋଇରହିବ ।

ଆଜି ବିଧାନସଭା ପରିସରରେ ପାରଳା ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ଏହି ଅବସରରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ, ଭୁବନେଶ୍ୱର (ଏକାମ୍ର) ବିଧାୟକ ଶ୍ରୀ ବାବୁ ସିଂ, ପୂର୍ବତନ ମନ୍ତ୍ରୀ ଶ୍ରୀ ଅରବିନ୍ଦ ଢାଲି, ପୂର୍ବତନ ବିଧାୟକ ଶ୍ରୀ ପ୍ରିୟଦର୍ଶୀ ମିଶ୍ର, ସୂଚନା ଓ ଲୋକସମ୍ପର୍କ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ହେମନ୍ତ ଶର୍ମା, ବିଧାନସଭାର ସଚିବ ଶ୍ରୀ ସତ୍ୟବ୍ରତ ରାଉତ, ସୂଚନା ଓ ଲୋକସମ୍ପର୍କ ବିଭାଗ ନିର୍ଦ୍ଦେଶକ ଶ୍ରୀ ଅନୁଜ କୁମାର ଦାସପଟ୍ଟନାୟକ, ଉତ୍କଳ ସମ୍ମିଳନୀ ଓ ପୂଜ୍ୟପୂଜା ସଂସଦର ସଦସ୍ୟବୃନ୍ଦ, ପାରଳା ଗଜପତି ବିକାଶ ପରିଷଦର ବରିଷ୍ଠ କାର୍ଯ୍ୟକର୍ତ୍ତା ପ୍ରମୁଖ ଉପସ୍ଥିତ ରହି କୃଷ୍ଣଚନ୍ଦ୍ର ଗଜପତିଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପାର୍ଘ୍ୟ ପ୍ରଦାନ ପୂର୍ବକ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ ।

ଶାଶ୍ୱତୀ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଦେଶାତ୍ମବୋଧକ ସଂଗୀତ ପରିବେଷିତ ହୋଇଥିଲା । ସୁଶ୍ରୀ ରୋଜାଲିନ୍‌ ସାହୁ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ ।

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande