ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୭ ଦିନ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ : ଆଗାମୀ ୨୪ ଘଂଟା ପାଇଁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୨୬ ଅପ୍ରେଲ (ହି.ସ.)- ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୭ ଦିନ ଅର୍ଥାତ୍ ମଇ ୩ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜ
ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୭ ଦିନ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ : ଆଗାମୀ ୨୪ ଘଂଟା ପାଇଁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୨୬ ଅପ୍ରେଲ (ହି.ସ.)- ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୭ ଦିନ ଅର୍ଥାତ୍ ମଇ ୩ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, ଗଜପତି, ରାୟଗଡ଼ା, କୋରାପୁଟ । ଚେତାବନୀ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।

ସେହିପରି ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ୨୭ ତାରିଖ ସକାଳ ଠାରୁ ୨୮ ତାରିଖ ସକାଳ ସୁଦ୍ଧା ୬ ଜିଲ୍ଲା, ୨୮ ତାରିଖ ସକାଳ ଠାରୁ ୨୯ ତାରିଖ ସକାଳ ସୁଦ୍ଧା ୧୨ ଜିଲ୍ଲା, ୨୯ ତାରିଖ ସକାଳ ଠାରୁ ୩୦ ତାରିଖ ସକାଳ ସୁଦ୍ଧା ୨୪ ଜିଲ୍ଲା, ୩୦ ତାରିଖ ସକାଳ ଠାରୁ ମଇ ୧ ତାରିଖ ସକାଳ ପର୍ଯ୍ୟନ୍ତ ୩୦ ଜିଲ୍ଲା, ମଇ ୧ ତାରିଖ ସକାଳ ଠାରୁ ୨ ତାରିଖ ସକାଳ ପର୍ଯ୍ୟନ୍ତ ୨୪ ଜିଲ୍ଲା ଏବଂ ମଇ ୨ ତାରିଖ ସକାଳ ଠାରୁ ମଇ ୩ ତାରିଖ ସକାଳ ପର୍ଯ୍ୟନ୍ତ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande