
ଭୁବନେଶ୍ୱର, 26 ଏପ୍ରିଲ୍ (ହି.ସ.)- ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ପବିତ୍ର ମୋହନ ପ୍ରଧାନଙ୍କ
ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ,ତାଳଚେର କଣିହାଁ ଠାରେ ବିଶିଷ୍ଟ
ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଶାର ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ପବିତ୍ର ମୋହନ ପ୍ରଧାନଙ୍କ
ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲି । ପ୍ରଜାମଣ୍ଡଳ ଆନ୍ଦୋଳନର ଅନ୍ୟତମ ପୁରୋଧା ଭାବେ
ଦେଶ ଓ ଜାତି ପାଇଁ ତାଙ୍କର ତ୍ୟାଗ ଏବଂ ନିର୍ଭୀକ ନେତୃତ୍ୱ ଯୁବପିଢ଼ିଙ୍କ ପାଇଁ ସର୍ବଦା ପ୍ରେରଣାର ଉତ୍ସ ହୋଇ
ରହିବ ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା