
ଭୁବନେଶ୍ୱର, 26 ଏପ୍ରିଲ୍ (ହି.ସ.)- ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ
ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ ।
ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ସ୍ଵତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର
ଅନ୍ୟତମ ବରେଣ୍ୟ ସାଧକ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୟନ୍ତୀରେ ମୋର
ଶ୍ରଦ୍ଧାଞ୍ଜଳି। ରାଜ୍ୟରେ ଶିକ୍ଷା, କୁଟୀର ଶିଳ୍ପ, କୃଷି, ଗମନାଗମନର ବିକାଶ
ସହ ଓଡ଼ିଆ ଭାଷା, ସାହିତ୍ଯକୁ ଆହୁରି
ବ୍ୟାପକ କରିବାରେ ତାଙ୍କ ଅବଦାନ ସର୍ବଦା ସ୍ମରଣୀୟ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା