ଗରମ ଓ ଗୁଳୁଗୁଳି ନେଇ ଆଗାମୀ ୫ ଦିନ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ : ଆଗାମୀ ୨୪ ଘଂଟା ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୨୭ ଅପ୍ରେଲ (ହି.ସ.)- ଗରମ ଓ ଗୁଳୁଗୁଳି ନେଇ ଆଗାମୀ ୫ ଦିନ ଅର୍ଥାତ୍ ଆସନ୍ତା ମଇ ୨ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଗରମ ଓ ଗୁଳୁଗୁଳି ନେଇ ଆଗାମୀ ୨୪ ଘଂଟା ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍
ଗରମ ଓ ଗୁଳୁଗୁଳି ନେଇ ଆଗାମୀ ୫ ଦିନ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ : ଆଗାମୀ ୨୪ ଘଂଟା ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୨୭ ଅପ୍ରେଲ (ହି.ସ.)- ଗରମ ଓ ଗୁଳୁଗୁଳି ନେଇ ଆଗାମୀ ୫ ଦିନ ଅର୍ଥାତ୍ ଆସନ୍ତା ମଇ ୨ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

ଗରମ ଓ ଗୁଳୁଗୁଳି ନେଇ ଆଗାମୀ ୨୪ ଘଂଟା ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି ।

ସେହିପରି ଗରମ ଓ ଗୁଳୁଗୁଳି ନେଇ ୨୮ ତାରିଖ ସକାଳ ଠାରୁ ୨୯ ତାରିଖ ସକାଳ ପର୍ଯ୍ୟନ୍ତ ୧୧ ଜିଲ୍ଲା, ୨୯ ତାରିଖ ସକାଳ ଠାରୁ ୩୦ ତାରିଖ ସକାଳ ପର୍ଯ୍ୟନ୍ତ ୧୧ ଜିଲ୍ଲା, ୩୦ ତାରିଖ ସକାଳ ଠାରୁ ମଇ ୧ ତାରିଖ ସକାଳ ପର୍ଯ୍ୟନ୍ତ ୧୧ ଜିଲ୍ଲା, ମଇ ୧ ତାରିଖ ସକାଳ ଠାରୁ ୨ ତାରିଖ ସକାଳ ପର୍ଯ୍ୟନ୍ତ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୋମବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande