
ଭୁବନେଶ୍ୱର, ୨୭ ଅପ୍ରେଲ (ହି.ସ.)- ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୭ ଦିନ ଅର୍ଥାତ୍ ମଇ ୪ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି । ଚେତାବନୀ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।
ସେହିପରି ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ୨୮ ତାରିଖ ସକାଳ ଠାରୁ ୨୯ ତାରିଖ ସକାଳ ସୁଦ୍ଧା ୧୭ ଜିଲ୍ଲା, ୨୯ ତାରିଖ ସକାଳ ଠାରୁ ୩୦ ତାରିଖ ସକାଳ ସୁଦ୍ଧା ୨୪ ଜିଲ୍ଲା, ୩୦ ତାରିଖ ସକାଳ ଠାରୁ ମଇ ୧ ତାରିଖ ସକାଳ ପର୍ଯ୍ୟନ୍ତ ୨୬ ଜିଲ୍ଲା, ମଇ ୧ ତାରିଖ ସକାଳ ଠାରୁ ୨ ତାରିଖ ସକାଳ ପର୍ଯ୍ୟନ୍ତ ୧୮ ଜିଲ୍ଲା, ମଇ ୨ ତାରିଖ ସକାଳ ଠାରୁ ମଇ ୩ ତାରିଖ ସକାଳ ପର୍ଯ୍ୟନ୍ତ ୧୬ ଜିଲ୍ଲା, ମଇ ୩ ତାରିଖ ସକାଳ ଠାରୁ ମଇ ୪ ତାରିଖ ସକାଳ ପର୍ଯ୍ୟନ୍ତ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୋମବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ