

ଭୁବନେଶ୍ୱର, ୨୭ ଅପ୍ରେଲ (ହି.ସ.)- ଗରମ ରାତି ନେଇ ଅପ୍ରେଲ ୨୭ ଓ ୨୮ ତାରିଖ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଗରମ ରାତି ନେଇ ୨୭ ତାରିଖ ୮ ଜିଲ୍ଲା(ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗିର, ନୟାଗଡ଼, କଳାହାଣ୍ଡି)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ସେହିପରି ଗରମ ରାତି ନେଇ ୨୮ ତାରିଖ ୮ ଜିଲ୍ଲା(ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗିର, ନୟାଗଡ଼, କଳାହାଣ୍ଡି)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୋମବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ