ତିହିଡିରେ ମିଳିତ ଜନ ଶୁଣାଣି ଅନୁଷ୍ଠିତ
ଭଦ୍ରକ, ୨୭ ଅପ୍ରେଲ (ହି.ସ.) - ଭଦ୍ରକ ଜିଲ୍ଲାର ତିହିଡି ବ୍ଲକ ପଂଚାୟତ ସମିତି କାର୍ଯ୍ୟାଳୟ ଠାରେ ଆଜି ଯୁକ୍ତ ଜନ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏହି ଶୁଣାଣିରେ ମୋଟ ୭୯ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ଏଥିରୁ ୫୯ଟି ବ୍ୟକ୍ତିଗତ ସମସ୍ୟା ସମ୍ବନ୍ଧୀୟ ଥିବାବେଳେ ୧୯ଟି ଗ୍ରାମୀଣ ସମସ୍ୟା ସମ୍ବନ୍ଧୀୟ ଓ ର
TIHIDI MILITA JANA SUNANI


ଭଦ୍ରକ, ୨୭ ଅପ୍ରେଲ (ହି.ସ.) - ଭଦ୍ରକ ଜିଲ୍ଲାର ତିହିଡି ବ୍ଲକ ପଂଚାୟତ ସମିତି କାର୍ଯ୍ୟାଳୟ ଠାରେ ଆଜି ଯୁକ୍ତ ଜନ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏହି ଶୁଣାଣିରେ ମୋଟ ୭୯ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ଏଥିରୁ ୫୯ଟି ବ୍ୟକ୍ତିଗତ ସମସ୍ୟା ସମ୍ବନ୍ଧୀୟ ଥିବାବେଳେ ୧୯ଟି ଗ୍ରାମୀଣ ସମସ୍ୟା ସମ୍ବନ୍ଧୀୟ ଓ ରେଡ କ୍ରଶ ଅଧିନସ୍ଥ ୧ଟି ଅଭିଯୋଗ ରହିଥିଲା। ଶୁଣାଣି ସମୟରେ ୨୧ଟି ଅଭିଯୋଗର ସ୍ଥଳୀୟ ସମାଧାନ କରାଯାଇଥିଲା। ଜିଲ୍ଲା ରେଡକ୍ରସ ପାଣ୍ଠି ମାଧ୍ୟମରେ ଜଣେ ଅଭିଯୋଗକାରୀଙ୍କୁ ମୋଟ ୫୦୦୦/- ଟଙ୍କା ମଞ୍ଜୁର କରାଯାଇଛି। ଏହି ଜନ ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ଦିଲ୍ଲୀପ ରାଉତରାୟ, ଅତିରିକ୍ତ ଜିଲ୍ଲାପାଳ ସରୋଜ ଦତ, ଆରକ୍ଷୀ ଅଧୀକ୍ଷକ ମନୋଜ ରାଉତ, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଶୁଭେନ୍ଦ୍ର ସାମଲ ଏବଂ ଉପ-ଜିଲ୍ଲାପାଳ ସୌରଭ ଚକ୍ରବର୍ତୀ ପ୍ରମୁଖ ଉପସ୍ଥିତ ଥିଲେ।

ହିନ୍ଦୁସ୍ଥାନ ସମାଚାର / ପ୍ରମୋଦ କୁମାର ରାୟ


 rajesh pande