ଜୟନ୍ତୀରେ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶ୍ରଦ୍ଧାଂଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 28 ମଇ (ହି.ସ.) ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜୟନ୍ତୀ ଅବସରରେ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶ୍ରଦ୍ଧାଂଜଳି ଅର୍ପଣ କରିଛନ୍ତି । ସେ ସୋସିଆଲ ମିଡିଆରେ ଲେଖିଛନ୍ତି, ଓଡ଼ିଆ ଜାତିର ସ୍ୱାଭିମାନ ଓ ଅସ୍ମିତାର ମୂର୍ତ୍ତିମନ୍ତ ପ୍ରତୀକ, ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀରେ ଭକ୍ତି
ଜୟନ୍ତୀରେ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶ୍ରଦ୍ଧାଂଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 28 ମଇ (ହି.ସ.) ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜୟନ୍ତୀ ଅବସରରେ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶ୍ରଦ୍ଧାଂଜଳି ଅର୍ପଣ କରିଛନ୍ତି ।

ସେ ସୋସିଆଲ ମିଡିଆରେ ଲେଖିଛନ୍ତି, ଓଡ଼ିଆ ଜାତିର ସ୍ୱାଭିମାନ ଓ ଅସ୍ମିତାର ମୂର୍ତ୍ତିମନ୍ତ ପ୍ରତୀକ, ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀରେ ଭକ୍ତିପୂତ ପ୍ରଣାମ। ସେ କେବଳ ଜଣେ ବ୍ୟକ୍ତି ନଥିଲେ, ସେ ଥିଲେ ଏକ ଜାଗ୍ରତ ଅନୁଷ୍ଠାନ ଏବଂ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ମୁଖ୍ୟ ସୂତ୍ରଧର। ତାଙ୍କର ଅଦମ୍ୟ ସାହସ ଏବଂ ସ୍ୱଦେଶୀ ଚିନ୍ତାଧାରା ଆଜି ବି ପ୍ରତିଟି ଓଡ଼ିଆଙ୍କ ଅନ୍ତରରେ ଶିହରଣ ସୃଷ୍ଟି କରେ। ଆସନ୍ତୁ, ମଧୁବାବୁଙ୍କ ଜୟନ୍ତୀରେ ଓଡ଼ିଶାକୁ ଦେଶର ସର୍ବଶ୍ରେଷ୍ଠ ରାଜ୍ୟ ଭାବେ ଗଢ଼ିବାକୁ ପୁନଃ ସଂକଳ୍ପବଦ୍ଧ ହେବା।

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande