
ଭୁବନେଶ୍ୱର, ୨୮ ଏପ୍ରିଲ (ହି.ସ.)- ବଲାଙ୍ଗିର ଜିଲ୍ଲା ଟିଟିଲାଗଡ଼ ତହସିଲରେ ଘଟିଥିବା ଦୁଃଖଦ ଦୁର୍ଘଟଣାରେ ରାଜବୀର ତାଣ୍ଡି (ପିତା – ପରମାନନ୍ଦ ତାଣ୍ଡି), ଆଲୋକ ତାଣ୍ଡି (ପିତା – ରବି ତାଣ୍ଡି), ରାଜା ସିକା (ପିତା – ଅଭି ସିକା)ଙ୍କର ପ୍ରାଣହାନି ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି। ଏଥିସହ ପ୍ରତ୍ୟେକ ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି ରୁ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କରିଛନ୍ତି।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା