
ଭୁବନେଶ୍ୱର, 28 ମଇ (ହି.ସ.) ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ ଜୟନ୍ତୀ ଅବସରରେ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶ୍ରଦ୍ଧାଂଜଳି ଅର୍ପଣ କରିଛନ୍ତି ।
ସେ ସୋସିଆଲ ମିଡିଆରେ ଲେଖିଛନ୍ତି,ଓଡ଼ିଆ ଜାତିର ସ୍ୱାଭିମାନ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀରେ ମୋର ଶ୍ରଦ୍ଧାଞ୍ଜଳି ଜଣାଉଛି। ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ସହ ଆଧୁନିକ ଓଡ଼ିଶା ନିର୍ମାଣରେ ତାଙ୍କର ଅବଦାନ ଅତୁଳନୀୟ। ପ୍ରଥମ ଓଡ଼ିଆ ଭାବେ ସେ ଅନେକ କ୍ଷେତ୍ରରେ କୀର୍ତ୍ତି ରଚିଛନ୍ତି। ରାଜ୍ୟରେ ଶିଳ୍ପ ବିକାଶଠୁ ଆରମ୍ଭ କରି ଭାଷାର ସୁରକ୍ଷା ତଥା ପ୍ରସାରରେ ତାଙ୍କ ଉତ୍ସର୍ଗୀକୃତ କାର୍ଯ୍ୟ ସର୍ବଦା ପ୍ରେରଣାଦାୟୀ।
---------------
ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ