ଅପରାହ୍ନ ୨ଟା ୩୦ ସୁଦ୍ଧା ଝାରସୁଗୁଡ଼ାରେ ତାପମାତ୍ରା ସର୍ବାଧିକ ୪୪.୪ ଡ଼ିଗ୍ରୀ ରେକର୍ଡ଼
ଭୁବନେଶ୍ୱର, ୨୮ ଅପ୍ରେଲ (ହି.ସ.)- ମଙ୍ଗଳବାର ରାଜ୍ୟର ୩ଟି ସ୍ଥାନରେ ଦିନ ତାପମାତ୍ରା ୪୦ ଡ଼ିଗ୍ରୀ ଉପରେ ରହିଥିବା ବେଳେ ଅନ୍ୟ କେତେକ ସ୍ଥାନରେ ତାପମାତ୍ରା ୪୦ ଡ଼ିଗ୍ରୀ ପାଖାପାଖି ରହିଛି । ଅପରାହ୍ନ ୨ଟା ୩୦ ସୁଦ୍ଧା ଝାରସୁଗୁଡ଼ାରେ ତାପମାତ୍ରା ରାଜ୍ୟରେ ସର୍ବାଧିକ ୪୪.୪ ଡ଼ିଗ୍ରୀ ରେକର୍ଡ଼ ହୋଇଛି । ସେ
ଅପରାହ୍ନ ୨ଟା ୩୦ ସୁଦ୍ଧା ଝାରସୁଗୁଡ଼ାରେ ତାପମାତ୍ରା ସର୍ବାଧିକ ୪୪.୪ ଡ଼ିଗ୍ରୀ ରେକର୍ଡ଼


ଭୁବନେଶ୍ୱର, ୨୮ ଅପ୍ରେଲ (ହି.ସ.)- ମଙ୍ଗଳବାର ରାଜ୍ୟର ୩ଟି ସ୍ଥାନରେ ଦିନ ତାପମାତ୍ରା ୪୦ ଡ଼ିଗ୍ରୀ ଉପରେ ରହିଥିବା ବେଳେ ଅନ୍ୟ କେତେକ ସ୍ଥାନରେ ତାପମାତ୍ରା ୪୦ ଡ଼ିଗ୍ରୀ ପାଖାପାଖି ରହିଛି । ଅପରାହ୍ନ ୨ଟା ୩୦ ସୁଦ୍ଧା ଝାରସୁଗୁଡ଼ାରେ ତାପମାତ୍ରା ରାଜ୍ୟରେ ସର୍ବାଧିକ ୪୪.୪ ଡ଼ିଗ୍ରୀ ରେକର୍ଡ଼ ହୋଇଛି ।

ସେହିପରି ସମ୍ବଲପୁରରେ ୪୩.୪ ଡ଼ିଗ୍ରୀ, ହିରାକୁଦରେ ୪୩.୦ ଡ଼ିଗ୍ରୀ, କେନ୍ଦୁଝରରେ ୩୯.୪ ଡ଼ିଗ୍ରୀ, ରାଉରକେଲାରେ ୩୯.୦ ଡ଼ିଗ୍ରୀ, ଚାନ୍ଦବାଲିରେ ୩୭.୪ ଡ଼ିଗ୍ରୀ, ବାଲେଶ୍ୱରରେ ୩୫.୪ ଡ଼ିଗ୍ରୀ, ରାଜଧାନୀ ଭୁବନେଶ୍ୱରରେ ତାପମାତ୍ରା ୩୩.୮ ଡ଼ିଗ୍ରୀ ରେକର୍ଡ଼ ହୋଇଛି ।

ଅନୁରୂପ ଭାବେ ପୁରୀରେ ତାପମାତ୍ରା ୩୧.୨ ଡ଼ିଗ୍ରୀ, ଗୋପାଳପୁରରେ ୩୦.୪ ଡ଼ିଗ୍ରୀ ଏବଂ ପାରାଦୀପରେ ୩୦.୨ ଡ଼ିଗ୍ରୀ ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande