
କେନ୍ଦ୍ରାପଡ଼ା, ୨୯ ଏପ୍ରିଲ୍(ହି.ସ.) – କେନ୍ଦ୍ରାପଡା ଜବାହାର ନବୋଦୟ ବିଦ୍ୟାଳୟର ୨୭ତମ ବାର୍ଷିକ ଉତ୍ସବ ବିଦ୍ୟାଳୟର ଅଧ୍ୟକ୍ଷା ମମତାମୟୀ ଚୈାଧୁରୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଉପାଧ୍ୟକ୍ଷ ଶଶୀକାନ୍ତ ପଟ୍ଟନାୟକଙ୍କ ସଂଯୋଜନାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ କେନ୍ଦ୍ରାପଡା ବିଧାୟକ ଗଣେଶ୍ୱର ବେହେରା ମୁଖ୍ୟ ଅତିଥିଭାବେ ଯୋଗ ଦେଇଥିବାବେଳେ ମୁଖ୍ୟବକ୍ତାଭାବେ ପୂର୍ବତନ ଜିଲ୍ଲା ପରିଷଦ ସଭାପତି ତଥା ବିଜେପି ନେତ୍ରୀ ଗୀତାଞ୍ଜଳି ସେଠୀ ଓ ଅତିରିକ୍ତ ଜିଲ୍ଲାପାଳ ରବିନ୍ଦ୍ର କୁମାର ମଲ୍ଲିକ ସମ୍ମାନନୀୟ ଅତିଥିଭାବେ ଯୋଗ ଦେଇଥିଲେ। ବିଦ୍ୟାଳୟର ଅଧ୍ୟକ୍ଷା ସ୍ୱାଗତ ଭାଷଣ ଦେବା ସହିତ ବାର୍ଷିକ ବିବରଣୀ ଓ ସଫଳତାର ବିଷୟ ପାଠ କରିଥିଲେ। ଅତିଥିମାନେ ବିଭିନ୍ନ ପ୍ରତିଯୋଗୀତାରେ ଉର୍ତୀର୍ଣ୍ଣ ହୋଇଥିବା ଛାତ୍ରଛାତ୍ରୀମାନଙ୍କୁ ଟ୍ରଫି ପ୍ରଦାନ କରି ପୁରସ୍କୃତ କରିଥିଲେ। ପ୍ରତ୍ୟେକ କ୍ଷେତ୍ରରେ ଶ୍ରେଷ୍ଠ ବିବେଚିତ ହୋଇ ଚମ୍ପିଆନ୍ ହୋଇଥିବାରୁ ଉଦୟଗିରି ସଦନର ପ୍ରଭାରୀ ଗୈାରୀଶଙ୍କର ସାହୁ, ସୁବାସ ଚନ୍ଦ୍ର ସୁତାର, ସୈାମ୍ୟ ସୁଚରିତା ସାହୁ, ଶ୍ରୀମତୀ ଆରତି ମିଶ୍ର, ସଦନର ପରିଚାଳକ ମାନଙ୍କୁ ଟ୍ରଫି ପ୍ରଦାନ କରାଯାଇ ପୁରସ୍କୃତ କରାଯାଇଥିଲା। କାର୍ଯ୍ୟକ୍ରମରେ ଶିକ୍ଷକ ଦିଲ୍ଲୀପ କୁମାର ମହାନ୍ତି ମଂଚ ପରିଚାଳନା କରିଥିବାବେଳେ ବିଦ୍ୟାଳୟର ଉପାଧ୍ୟକ୍ଷ ଶ୍ରୀ ପଟ୍ଟନାୟକ ଧନ୍ୟବାଦ ଅର୍ପଣ କରିଥିଲେ।
.......................................
ହିନ୍ଦୁସ୍ଥାନ ସମାଚାର / ରବି