
ଜୟପୁର
,29 ଏପ୍ରିଲ୍ (ହି.ସ.)
ଦେଶି ମଦ ଚାଲାଣ ବେଳେ ଜୟପୁର ଅବକାରି ଥାନା ଆଜି ଚଢାଉ କରି ଜଣେ ଅଭିଯୁକ୍ତ କୁ ଗିରଫ କରିଛି । ଗିରଫ ଅଭିଯୁକ୍ତ ଜଣକ ହେଲା ଝିଲିମିଲିଗୁଡା ଗ୍ରାମର ରାମ ଚନ୍ଦ୍ର ଗାଦବା (୩୯) । ସୁଚନା ଅନୁଯାଇ ଦେଶି ମଦ ଚାଲାଣ ସୁଚନା ପାଇ ଜୟପୁର ଅବକାରି ଥାନା ଆଜି ଝିଲିମିଲିଗୁଡା ଗ୍ରାମ ରାସ୍ତାରେ ଚଢାଉ କରି ୧୨ ଲିଟର ଦେଶି ମଦ ଜବତ କରିଛି । ଗିରଫ ଅଭିଯୁକ୍ତ କୁ କୋର୍ଟ ଚାଲାଣ କରାଯାଇଥିବା ବିଷୟ ଜୟପୁର ଅବକାରି ଥାନା ଓଆଇସି ସୁବ୍ରତ କେଶୋରି ହିରନ ସୁଚନା ଦେଇଛନ୍ତି ।
---------------
ହିନ୍ଦୁସ୍ଥାନ ସମାଚାର / ପିକେପି