
ଭୁବନେଶ୍ୱର, ୨୯ ଏପ୍ରିଲ (ହି.ସ.)- ଆସନ୍ତାକାଲି ଓଡ଼ିଶା ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ ଅନୁଷ୍ଠିତ ହେବ। ଏହି ପ୍ରସଙ୍ଗରେ ସ୍ୱାସ୍ଥ୍ୟ ତଥା ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ବୁଧବାର ଦିନ ବାଚସ୍ପତି ଓ ରାଜ୍ୟପାଳଙ୍କୁ ସାକ୍ଷାତ କରିଛନ୍ତି।
ଏକ୍ସରେ ପୋଷ୍ଟ କରି ମନ୍ତ୍ରୀ ଲେଖିଛନ୍ତି ଆଜି ଓଡ଼ିଶା ବିଧାନସଭାର ବାଚସ୍ପତି ଶ୍ରୀମତୀ ସୁରମା ପାଢୀଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କରି ଆସନ୍ତାକାଲି ୩୦/୦୪/୨୦୨୬ ତାରିଖରେ ହେବାକୁ ଥିବା ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ ସମ୍ବନ୍ଧରେ ଆଲୋଚନା କଲୁ। ଏହି ଅବସରରେ ଉପ ବାଚସ୍ପତି ଭବାନୀ ଶଙ୍କର ଭୋଇ ଏବଂ ସରକାରୀ ଦଳର ମୁଖ୍ୟ ସଚେତକ ସରୋଜ ପ୍ରଧାନ ଉପସ୍ଥିତ ଥିଲେ ।
ସେହିପରି ଅନ୍ୟ ଏକ ପୋଷ୍ଟରେ ସେ ଲେଖିଛନ୍ତି ଆଜି ଲୋକଭବନ ଠାରେ ରାଜ୍ୟପାଳ ଡ. ହରିବାବୁ କମ୍ଭମପାଟି ଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କରି ଆସନ୍ତାକାଲି ୩୦/୦୪/୨୦୨୬ ତାରିଖରେ ହେବାକୁ ଥିବା ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ ସମ୍ବନ୍ଧରେ ଅବଗତ କରାଇଲୁ।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା