ଆଗାମୀ ୫ ଦିନ ପାଇଁ ରାଜ୍ୟର କେତେକ ଜିଲ୍ଲାକୁ କାଳବୈଶାଖୀ ଚେତାବନୀ : ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୩ ଅପ୍ରେଲ (ହି.ସ.)- ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ଆଗାମୀ ୫ ଦିନ ପାଇଁ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଏହାର ପରବର୍ତୀ ୨ ଦିନ ପାଇଁ କୌଣସି ଚେତାବନୀ ନାହିଁ । ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୧୨ ଜିଲ୍ଲ
ଆଗାମୀ ୫ ଦିନ ପାଇଁ ରାଜ୍ୟର କେତେକ ଜିଲ୍ଲାକୁ କାଳବୈଶାଖୀ ଚେତାବନୀ : ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୩ ଅପ୍ରେଲ (ହି.ସ.)- ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ଆଗାମୀ ୫ ଦିନ ପାଇଁ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଏହାର ପରବର୍ତୀ ୨ ଦିନ ପାଇଁ କୌଣସି ଚେତାବନୀ ନାହିଁ ।

ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ନୂଆପଡ଼ା, ବଲାଙ୍ଗିର, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଞ୍ଜାମ, ଗଜପତି । ତନ୍ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ଏବଂ ଅନ୍ୟ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ରହିପାରେ ।

ସେହିପରି ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ୪ ତାରିଖ ସକାଳ ଠାରୁ ୫ ତାରିଖ ସକାଳ ସୁଦ୍ଧା ୫ ଜିଲ୍ଲା(କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, କୋରାପୁଟ, ମାଲକାନଗିରି)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ଅନୁରୂପ ଭାବେ ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ୫ ତାରିଖ ସକାଳ ଠାରୁ ୬ ତାରିଖ ସକାଳ ସୁଦ୍ଧା ୧୨ ଜିଲ୍ଲା, ୬ ତାରିଖ ସକାଳ ଠାରୁ ୭ ତାରିଖ ସକାଳ ସୁଦ୍ଧା ୨୨ ଜିଲ୍ଲା, ୭ ତାରିଖ ସକାଳ ଠାରୁ ୮ ତାରିଖ ସକାଳ ସୁଦ୍ଧା ୩୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହାର ପରବର୍ତୀ ୨ ଦିନ ଅର୍ଥାତ୍ ୮ ତାରିଖ ସକାଳ ଠାରୁ ୧୦ ତାରିଖ ସକାଳ ସୁଦ୍ଧା କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande