
ଭୁବନେଶ୍ୱର, 30 ଏପ୍ରିଲ୍ (ହି.ସ.)- ମାଟି ଖୋଳି ଭଉଣୀ କଙ୍କାଳ ଭାଇ ବ୍ୟାଙ୍କକୁ ନେବା ଘଟଣାରେ ପ୍ରାଥମିକ
ଅନୁସନ୍ଧାନରେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କୁ ଦାୟୀ କରିଛନ୍ତି ଆରଡିସି । ପ୍ରାଥମିକସ୍ତରରେ
ଜଣାପଡୁଛି ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଅବହେଳା ରହିଛି ବୋଲି ଆରଡିସି କହିଛନ୍ତି । ସିସିଟିଭିରୁ
ବ୍ୟାଙ୍କ କର୍ତ୍ତୃପକ୍ଷ ତାଙ୍କୁ ଫେରାଇଥିବା ଜଣାପଡ଼ିଛି । ସିସିଟିଭି ଅଡିଓ ଭର୍ସନ ନ ଥିବାରୁ
କଣ କଥାବାର୍ତ୍ତା ହୋଇଛି ଜଣାପଡ଼ୁନି ।
ସେ କହିଛନ୍ତି ଯେ, ୧୧ଟା ୨୬ରେ ବ୍ୟାଙ୍କ ଆସିଲେ, ୧୧ଟା ୫୮ରେ ବ୍ୟାଙ୍କ
ଛାଡ଼ିଲେ । ସେହି ସମୟ ଭିତରେ ୪ ଥର ସେ ବ୍ୟାଙ୍କ ଭିତରେ କର୍ମଚାରୀଙ୍କୁ ଭେଟିଛନ୍ତି । ଶେଷରେ
ବ୍ୟାଙ୍କ ମ୍ୟାନେଜର ତାଙ୍କୁ ଫେରାଇଛନ୍ତି । ଏହାପରେ ସେ କ୍ଷୁବ୍ଧ ହୋଇ ଯାଇ କଙ୍କାଳ ଆଣି
ଆସିଛନ୍ତି । ଯାହା ଘଟିଲା ଅତ୍ୟନ୍ତ ଲଜ୍ଜାଜନକ ବୋଲି ଆରଡିସି କହିଛନ୍ତି ।
ଜିତୁ ମୁଣ୍ଡା ଓ ମୃତ ଭଉଣୀ କରଲା ମୁଣ୍ଡାଙ୍କୁ ବ୍ୟାଙ୍କ କର୍ତ୍ତୃପକ୍ଷ ଚିହ୍ନିଛନ୍ତି । ଦୁଇ
ଭାଇଭଉଣୀ ପୂର୍ବରୁ ୮ ଥର ଆସି ବ୍ୟାଙ୍କରୁ ଟଙ୍କା ଉଠାଇଛନ୍ତି । ଫେବ୍ରୁଆରୀରେ କଲରା ମୁଣ୍ଡାଙ୍କ
ମୃତ୍ୟୁ ସତ୍ତ୍ବେ କାହିଁକି ସାର୍ଟିଫିକେଟ୍ ମିଳିନଥିଲା । ଜିତୁ ମୁଣ୍ଡାଙ୍କର ବ୍ୟାଙ୍କ
ସମ୍ପର୍କରେ ଜ୍ଞାନ ରହିଛି । ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଅବହେଳା ରହିଛି,
ନିଶ୍ଚିତ
ଦୃଢ଼ କାର୍ଯ୍ୟାନୁଷ୍ଠାନ ହେବ । ସବୁ ଜାଣିଲା ପରେ ଶବକୁ ପୋଲିସ ଗାଡ଼ିରେ ନ ନେବା ମଧ୍ୟ ଭୁଲ
ବୋଲି ଆରଡିସି କହିଛନ୍ତି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା