ଓଡ଼ିଶା ପକ୍ଷ - ୨୦୨୬ ଅବସରରେ ଫୁଲବାଣୀଠାରେ ଐତିହ୍ୟ ଗଣ ଦୌଡ଼ ଅନୁଷ୍ଠିତ
Odisha pakhya gana dauda program
ଓଡ଼ିଶା ପକ୍ଷ - ୨୦୨୬ ଅବସରରେ ଫୁଲବାଣୀଠାରେ ଐତିହ୍ୟ ଗଣ ଦୌଡ଼ ଅନୁଷ୍ଠିତ


କନ୍ଧମାଳ, ୦୫ ଏପ୍ରିଲ୍(ହି.ସ.) – ଓଡ଼ିଶାର କଳା, ସଂସ୍କୃତି ଓ ସମୃଦ୍ଧ ଐତିହ୍ୟକୁ ପ୍ରଚାର ପ୍ରସାର କରିବା ଲକ୍ଷ୍ୟରେ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଆୟୋଜିତ ‘ଓଡ଼ିଶା ପକ୍ଷ - ୨୦୨୬’ ଅବସରରେ ଆଜି ଫୁଲବାଣୀଠାରେ ଏକ ଐତିହ୍ୟ ଗଣ ଦୌଡ଼ ଅନୁଷ୍ଠିତ ହୋଇଯାଇଛି। କନ୍ଧମାଳ ଜିଲ୍ଲା କ୍ରୀଡା ବିଭାଗ ଏବଂ ଜିଲ୍ଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ଏହି କାର୍ଯ୍ୟକ୍ରମ ସଫଳତାର ସହ ସମ୍ପନ୍ନ ହୋଇଛି।

ସ୍ଥାନୀୟ କନ୍ଧମାଳ ଷ୍ଟାଡିୟମରଠାରେ ଆୟୋଜିତ ଏହି ଗଣ ଦୌଡ଼କୁ ଫୁଲବାଣୀ ମାନ୍ୟବର ବିଧାୟକ ଶ୍ରୀଯୁକ୍ତ ଉମାଚରଣ ମଲ୍ଲିକ ଏବଂ କନ୍ଧମାଳ ଜିଲ୍ଲାପାଳ ଶ୍ରୀଯୁକ୍ତ ବେଦଭୂଷଣ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ଏହି ଦୌଡ଼ରେ ଶତାଧିକ ଛାତ୍ରଛାତ୍ରୀ, କ୍ରୀଡ଼ାବିତ୍, ସ୍ୱେଚ୍ଛାସେବୀ ଏବଂ ଜିଲ୍ଲାର ବରିଷ୍ଠ ଅଧିକାରୀମାନେ ଅଂଶଗ୍ରହଣ କରିଥିଲେ। ଏହି ପଦଯାତ୍ରା କନ୍ଧମାଳ ଷ୍ଟାଡିୟମଠାରୁ ବାହାରି ଏଫ୍ସି ଆଇ ଛକ, ଗାନ୍ଧୀ ଛକ ଓ କୋରନେସନ୍ ଫିଲ୍ଡ ଦେଇ ପୁଣି କନ୍ଧମାଳ ଷ୍ଟାଡିୟମକୁ ଆସିଥିଲା।

ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ କୁଶଳ ଚନ୍ଦ୍ର ନାୟକ, ଜିଲ୍ଲା ସହରାଂଚଳ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ପ୍ରବିଣ କୁମାର ବାଣୁଆ, ଫୁଲବାଣୀ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ପ୍ରଶାସକ ଶ୍ରୀ ଗଦାଧର ପାତ୍ର, ଜିଲ୍ଲା କ୍ରୀଡା ଅଧିକାରୀ ଶ୍ରୀ ସମୀର ନାୟକ ଏବଂ ଜିଲ୍ଲା ପ୍ରଶାସନର ସମସ୍ତ ବରିଷ୍ଠ ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ରହି ସହଯୋଗ କରିଥିଲେ।

.......................................

ହିନ୍ଦୁସ୍ଥାନ ସମାଚାର / ପ୍ରଶାନ୍ତ


 rajesh pande